ପ୍ରତିକ୍ଷାର ଘଟିଲା ଅନ୍ତ, ଶେଷରେ ଆଜି ଉଦଘାଟନ ହେବାକୁ ଯାଉଛି ଓଡ଼ିଶାର ଦୀର୍ଘତମ ଫ୍ଲାଏ ଓଭରବ୍ରିଜ। କେନ୍ଦୁଝର ଜିଲ୍ଲା ଯୋଡାଠାରେ ନିର୍ମାଣ ହୋଇଛି ଏହି ଦୀର୍ଘତମ ଫ୍ଲାଏ ଓଭରବ୍ରିଜ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ଏହାର ଉଦଘାଟନ କରିବେ।ସୂଚନା ଅନୁଯାୟୀ, ଏହି ଫ୍ଲାଏଓଭର ନିର୍ମାଣ କାର୍ଯ୍ୟ ଓଡ଼ିଶା ବ୍ରିଜ କନଷ୍ଟ୍ରକ୍ସସନ୍ କର୍ପୋରେସନ୍ (ଓବିସିସି) ନେଇଥିବା ବେଳେ ଗୁଜୁରାଟ ରାଜ୍ୟର ଚେଭରକ୍ସ ନାମକ ଠିକା ସଂସ୍ଥାକୁ ନିର୍ମାଣ କାର୍ଯ୍ୟ ପ୍ରଦାନ କରିଥିଲା । ୨୫୦ କୋଟି ବ୍ୟୟ ଅଟକଳରେ ୨.୯ କି.ମିର ଏହି ଦୀର୍ଘତମ ଫ୍ଲାଏଓଭର ଡିଷ୍ଟ୍ରିକ୍ଟ ମିନେରାଲ ଫାଉଣ୍ତେସନ ଅର୍ଥ ମଞ୍ଜୁରୀରେ ୨୦୨୧ରେ ଆରମ୍ଭ ହୋଇ ୨୦୨୩ ସେପ୍ଟେମ୍ବର ମାସରେ ସମ୍ପୂର୍ଣ୍ଣ କରିବା ନେଇ ସମୟ ଧାର୍ଯ୍ୟ ହୋଇଥିଲା । କିନ୍ତୁ ବିଭିନ୍ନ କାରଣରୁ ଏଥିରେ ବିଳମ୍ବ ହୋଇଥିଲା । ପରେ ଚଳିତ ମାର୍ଚ୍ଚ ମାସରେ ଏହାର ନିର୍ମାଣ କାର୍ଯ୍ୟ ସମୂର୍ଣ୍ଣ ହୋଇଛି। ତେବେ ଫ୍ଲାଏ ଓଭରର ଚଉଡା ୧୨ ମିଟର ରହିଥିବା ବେଳେ ଭୂମିଠାରୁ ଏହାର ସର୍ବାଧିକ ଉଚ୍ଚତା ୬୦ ଫୁଟ ରହିଛି । ସୁରକ୍ଷା ଦୃଷ୍ଟିରୁ ଫ୍ଲାଏଓଭର ଉପରେ ଥିବା ମୋଡ ଗୁଡ଼ିକରେ ସିଗନାଲ ବୋର୍ଡ ଲଗାଯାଇଛି । ଏଥିରେ ସ୍ୱତନ୍ତ୍ର ଭାବେ ଲୁହା ବିୟରିଂ ପରିବର୍ତ୍ତେ ରବର ନିର୍ମିତ ଇଲେଷ୍ଟ୍ରମେଟ୍ରିକ ବିୟରିଂ ଲଗାଯାଇଛି । ଯାହା ଦ୍ୱାରା ପୋଲର ସ୍ଥାୟିତ୍ୱ ୧୦୦ରୁ ବର୍ଷରୁ ଅଧିକ ହେବ ବୋଲି କୁହାଯାଇଛି ।ସୂଚନା ଥାଉକି, ଯୋଡା ସହରରେ ଟ୍ରାଫିକ୍ ସମସ୍ୟା ଓ ଦୁର୍ଘଟଣା ରୋକିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗତ ୨୦୨୦ ନଭେମ୍ବର ମାସ ୧୨ ତାରିଖରେ ଏହି ଫ୍ଲାଏଓଭରର ଭିତ୍ତିିପ୍ରସ୍ତର ସ୍ଥାପନ କରିଥିଲେ। ଜିଲ୍ଲା ଖଣିଜ ପାଣ୍ଠିରୁ ଯୋଡ଼ା ଫ୍ଲାଏ ଓଭର ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରାଯାଇଥିଲା ।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post