ଇଣ୍ଡୋନେସିଆର ପଶ୍ଚିମ ସୁମାତ୍ରା ପ୍ରଦେଶର ପେସିସିର ସେଲାତନ୍ ରେଜେନ୍ସିଠାରେ ଗତ କିଛି ଦିନ ଧରି ଲଗାତର ବର୍ଷା କାରଣରୁ ବନ୍ୟା ଓ ଭୂସ୍ଖଳନ ପରି ପ୍ରାକୃତିକ ବିପର୍ଯ୍ୟୟ ଘଟି ରବିବାର ସୁଦ୍ଧା ୧୯ ଜଣବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏବେ ମଧ୍ୟ ୭ ଜଣ ବ୍ୟକ୍ତି ନିଖୋଜ ଥିବା ସ୍ଥାନୀୟ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଘଟଣାସ୍ଥଳରେ ସ୍ଥାନୀୟ ବିପର୍ଯ୍ୟୟ ପରିଚାଳନା ଏଜେନ୍ସି ପକ୍ଷରୁ ନିଖୋଜ ବ୍ୟକ୍ତିଙ୍କୁ ଖୋଜିବାକୁ ସର୍ଚ୍ଚ ଅପରେଶନ ଜାରି ରହିଛି। ସେହିପରି ଉଦ୍ଧାରକାରୀ ଦଳ ଦ୍ୱାରା ଅନେକ ଲୋକଙ୍କୁ ସୁରକ୍ଷିତ ଭବେ ଉଦ୍ଧାର କରାଯିବା ସହ ଆହତ ବ୍ୟକ୍ତିଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ବନ୍ୟା ଯୋଗୁ ସ୍ଥାନୀୟ ଅଞ୍ଚଳର ୨୦ ହଜାରରୁ ଅଧିକ ଗୃହ ଜଳବନ୍ଦୀରେ ପରିଣତ ହୋଇଥିବା ବେଳେ ପ୍ରାୟ ୮୦ ହଜାର ଲୋକଙ୍କୁ ଅସ୍ଥାୟୀ ଆଶ୍ରୟ ସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି। ସେହିପରି ଭୂସ୍ଖଳନ ଯୋଗୁ ୧୪ଟି ଘର ପୋତି ହୋଇଯାଇଥିବାବେଳେ ୮ଟି ବ୍ରିଜ୍ ଭୁଶୁଡ଼ି ପଡ଼ିଥିବା ସୂଚନା ମିଳିଛି।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post
Next Post