ସରପଞ୍ଚ ପାଇବେ ୧୦ ହଜାର, ଜିଲ୍ଲା ପରିଷଦ ସଭାପତିଙ୍କୁ ମିଳିବ ୩୦ ହଜାର

The Chief Minister of Odisha, Shri Naveen Patnaik calling on the Prime Minister, Shri Narendra Modi, in New Delhi on October 06, 2014.

ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ ଘୋଷଣା ଅନୁସାରେ ସରପଞ୍ଚମାନଙ୍କୁ ପୂର୍ବରୁ ମାସିକ ପୂର୍ବରୁ ୨୩୫୦ ଟଙ୍କା ମିଳୁଥିଲା ବେଳେ ଏବେ ସେମାନେ ୧୦ ହଜାର ଟଙ୍କା ମିଳିବ। ନାଏବ ସରପଞ୍ଚମାନେ ୯୪୦ ଟଙ୍କା ବଦଳରେ ୪ ହଜାର ଟଙ୍କା ପାଇବେ। ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ମେମ୍ବରଙ୍କ ଦୈନିକ ଭତ୍ତା ୪୮୦ ଟଙ୍କାକୁ ବୃଦ୍ଧି ହୋଇଛି।

ରାଜ୍ୟ ସରକାରଙ୍କ ଘୋଷଣା ଅନୁସାରେ ଏଣିକି ଗ୍ରାମପଞ୍ଚାୟତର ସରପଞ୍ଚମାନେ ମାସିକ ୧୦ ହଜାର ଟଙ୍କା ପାଇବେ। ରାଜ୍ୟ ସରକାର ଜିଲ୍ଲା ପରିଷଦ ସଦସ୍ୟ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚଙ୍କ ଭତ୍ତା ବୃଦ୍ଧି କରିଛନ୍ତି। ଜିଲ୍ଲା ପରିଷଦ ସଭାପତିଙ୍କୁ ଏଣିକି ମାସିକ ୩୦ ହଜାର ଟଙ୍କା ମିଳିବ। ସେହିପରି ଜିଲ୍ଲା ପରିଷଦ ଉପସଭାପତି ମାସିକ ୨୦ ହଜାର ଟଙ୍କା ପାଇବେ। ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ମାସକୁ ୧୫ ହଜାର ଟଙ୍କା ପାଇବେ। ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଓ ସମିତି ସଭ୍ୟମାନଙ୍କୁ ୭୫୦୦ ଟଙ୍କା ମିଳିବ।

ସୂଚନାଯୋଗ୍ୟ ଯେ ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବାବଦରେ ୭୯.୮୮ କୋଟି ଟଙ୍କା ଖର୍ଚ୍ଚ ହୋଉଥିଲା। ବର୍ଦ୍ଧିତ ରାଶି ଅନୁଯାୟୀ ଏବେ ୨୪୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଏଥିପାଇଁ ୧୬୨.୬୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ। ଏହା ବ୍ୟତିତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପଦବୀରେ ଥିବା ସମୟରେ ବିୟୋଗ ଘଟିଲେ ଅନୁକମ୍ପମୂଳକ ସହାୟତା ରାଶି ବାବଦରେ ୨ ଲକ୍ଷ ଟଙ୍କା ମିଳିବ । ଏହା ସହିତ ଦୂର୍ଘଟଣାଜନିତ ପୂର୍ଣ୍ଣ ଅକ୍ଷମତା କ୍ଷେତ୍ରରେ ୨ ଲକ୍ଷ ଟଙ୍କା ସହାୟତା ଦିଆଯିବ। ସେହିପରି ଆଂଶିକ ଅକ୍ଷମତା କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଦିଆଯିବ।