ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବାକୁ ନେଇ ଘୋଷଣା କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର ରହିଛି। ସେହିପରି ଖୋର୍ଦ୍ଧାର ବୋଲଗଡ, ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଯାଇଛି।
Trending
- ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ
- ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
- ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
- ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
- ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି
- ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ସରକାର
- ଆଜି ୯୦ ବର୍ଷ ବୟସରେ ପଦାର୍ପଣ କଲେ ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା
- ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ
- ପୁରୀ ହେବ ‘ପୁରୀ ମହାନଗର ନିଗମ’ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଉଚ୍ଚ ଅଦାଲତକୁ ଗଲେ ଜଗା ପ୍ରଧାନ
Prev Post
Next Post