ଚଳିତ ବର୍ଷ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମିଳିବ ଡିଜିଟାଲ ସାର୍ଟିଫିକେଟ । ପରୀକ୍ଷାର୍ଥୀମାନଙ୍କୁ ପ୍ରଥମ ଥର ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଡିଜିଟାଇଜଡ ସାର୍ଟିଫିକେଟ ପ୍ରଦାନ କରିବ । ତେବେ ପରୀକ୍ଷା ଫଳାଫଳ ପ୍ରକାଶ ପାଇବାର ୭ ଦିନ ମଧ୍ୟରେ ଅନଲାଇନରେ ଏହି ସାର୍ଟିଫିକେଟ ପ୍ରଦାନ କରାଯିବ । ପରୀକ୍ଷାର୍ଥୀମାନେ ଆଡମିଟ କାର୍ଡରେ ଥିବା ରୋଲ ନମ୍ବର ସହାୟତାରେ ନିଜ ନିଜର ଡିଜିଟାଇଜଡ ମାଟ୍ରିକ ସାର୍ଟିଫିକେଟ ଓ ମାର୍କସିଟ୍ ବୋର୍ଡ ୱେବସାଇଟରୁ ଡାଉନଲୋଡ କରିପାରିବେ । ଏହା ବ୍ୟତୀତ ସାର୍ଟିଫିକେଟର ହାର୍ଡ କପି ରେଜଲ୍ଟ ବାହରିବାର ୧ ମାସ ମଧ୍ୟରେ ଛାତ୍ରଛାତ୍ରୀମାନେ ବିଦ୍ୟାଳୟ ଯାଇ ଆଣିପାରିବେ । ଏହି ସମସ୍ତ ସୂଚନା ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ଦେଇଛନ୍ତି ।ସୂଚନାନୁଯାୟୀ, ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ମାଟ୍ରିକ ଖାତା ମୂଲ୍ୟାୟନ ସଂକ୍ରାନ୍ତରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ତରାଇ କହିଛନ୍ତି ଯେ, ପ୍ରଥମ ଥର ପାଇଁ ଏଭଳି ଡିଜିଟାଇଜଡ ସାର୍ଟିଫିକେଟ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯିବ । ତେବେ ମାର୍ଚ୍ଚ ୧୫ ତାରିଖରୁ ୫୫ଟି କେନ୍ଦ୍ରରେ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ଖାତା ମୂଲ୍ୟାଙ୍କନ ଚାଲିଛି ବୋଲି ଶ୍ରୀ ତରାଇ କହିଛନ୍ତି । ଖାତା ଦେଖା ପାଇଁ ୧୬ ହଜାର ୨୩୫ ଜଣ ଶିକ୍ଷକ ଶିକ୍ଷୟତ୍ରୀ ନିୟୋଜିତ ହୋଇଛନ୍ତି । ଖାତା ଦେଖା କାର୍ଯ୍ୟ ସଂପୂର୍ଣ୍ଣ କରିବା ଲାଗି ୧୫ ଦିନ ସମୟ ଧାର୍ଯ୍ୟ କରାଯାଇଛି ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post
Next Post