ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବଜ୍ରପାତ ସମ୍ଭାବନା ରହିଛି । ଘଡଘଡି ବିଜୁଳି ସହ ଝଡ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ୧୯ ଏବଂ ୨୦ ତାରିଖରେ ପଡିବ ବଡ ପ୍ରଭାବ । ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ୧୯ ତାରିଖରେ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବାବେଳେ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳହାଣ୍ଡି, ବଲାଙ୍ଗିର, ରାୟଗଡା ଏବଂ ନବରଙ୍ଗପୁର କୁ ସତର୍କତା ଜାରି କରାଯାଇଛି। ଏହି ସ ବୁ ଜିଲ୍ଲାରେ ୭୦ ରୁ ୧୧ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ।