ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପାର୍ଥିବ ଶରୀର ଶଙ୍ଖଭବନରେ ପହଞ୍ଚିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶଙ୍ଖଭବନରେ ପହଞ୍ଚି ଦାମଙ୍କ ଶେଷ ଦର୍ଶନ କରିିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି ଏଥିସହିତ ବହୁ ବରିଷ୍ଠ ନେତା ଦାମଙ୍କ ଶେଷ ଦର୍ଶନ କରିଛନ୍ତି।ସୂଚନାଯୋଗ୍ୟ, ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ଭୋର୍ ୫ଟା ୨୩ରେ ଦାମଙ୍କର ପରଲୋକ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।ଦୀର୍ଘଦିନ ଧରି କିଡ୍ନୀଜନିତ ସମସ୍ୟାରେ ପୀଡ଼ିତ ଥିଲେ ଦାମ। ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦ୍ଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ତାଙ୍କ ବ୍ରେନ୍ ଡେଡ୍ ଥିବା ପୁଅ ସମ୍ବିତ ସୂଚନା ଦେଇଥିଲେ।
Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
Prev Post
Next Post