ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପାର୍ଥିବ ଶରୀର ଶଙ୍ଖଭବନରେ ପହଞ୍ଚିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶଙ୍ଖଭବନରେ ପହଞ୍ଚି ଦାମଙ୍କ ଶେଷ ଦର୍ଶନ କରିିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି ଏଥିସହିତ ବହୁ ବରିଷ୍ଠ ନେତା ଦାମଙ୍କ ଶେଷ ଦର୍ଶନ କରିଛନ୍ତି।ସୂଚନାଯୋଗ୍ୟ, ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ଭୋର୍ ୫ଟା ୨୩ରେ ଦାମଙ୍କର ପରଲୋକ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।ଦୀର୍ଘଦିନ ଧରି କିଡ୍ନୀଜନିତ ସମସ୍ୟାରେ ପୀଡ଼ିତ ଥିଲେ ଦାମ। ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦ୍ଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ତାଙ୍କ ବ୍ରେନ୍ ଡେଡ୍ ଥିବା ପୁଅ ସମ୍ବିତ ସୂଚନା ଦେଇଥିଲେ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post