ଛତିଶଗଡରେ ବଡ ଏନକାଉଣ୍ଟର
ଛତିଶଗଡର ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ପୁଲିସ କହିଛି ଯେ ଆଜି ସକାଳେ ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଆଉ ଏହି ସମୟରେ ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ଜଣେ ମହିଳାଙ୍କ ସମେତ ୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ, ବିଜାପୁର ଜିଲ୍ଲାର ଚିକୁରବତି-ପୁସବାକା ନିକଟ ଜଙ୍ଗଲ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିଲା। ବସ୍ତର ରେଞ୍ଜ ଇନ୍ସପେକ୍ଟର ଜେନେରାଲ ସୁନ୍ଦରରାଜ ପି କହିଛନ୍ତି ଯେ ସୁରକ୍ଷାକର୍ମୀଙ୍କ ମିଳିତ ଟିମ୍