ରବିବାର ସକାଳେ ତୁର୍କୀ ସମର୍ଥକ ବାହିନୀ ଦ୍ୱାରା ଦଖଲ ହୋଇଥିବା ଉତ୍ତର ସିରିଆର ଏକ ବଜାରରେ କାର୍ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଆଠ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଉପସ୍ଥିତ ଥିବା ଜଣେ ଯୁଦ୍ଧ ମନିଟର ଏହି ସୂଚନା ଦେଇଛନ୍ତି।
ମାନବ ଅଧିକାର ପାଇଁ ସିରିଆର ଅବଜରଭେଟୋରୀ କହିଛି ଯେ ଆଲେପ୍ପୋ ପ୍ରଦେଶର ଆଜାଜର ଏକ ଜନଗହଳିପୂର୍ଣ୍ଣ ବଜାରର କେନ୍ଦ୍ର ସ୍ଥଳରେ ଏକ କାର ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଆଠ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୩ ଜଣ ଆହତ ହୋଇଛନ୍ତି। ମୃତାହତଙ୍କ ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା ରହିଛି।
ସିରିଆରେ ନେଟୱାର୍କ ଥିବା ବ୍ରିଟେନ ସ୍ଥିତ ଅବଜରଭେଟୋରୀ ,ସମ୍ପର୍କରେ ସୂଚନା ଦେଇଛି। ବିସ୍ଫୋରଣ ସ୍ଥଳରେ ଉଦ୍ଧାର କାର୍ଯ୍ୟରେ ଆମ୍ବୁଲାନ୍ସ ଏବଂ ଉଦ୍ଧାରକାରୀ ଦଳଙ୍କୁ ନିୟୋଜିତ କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post