ରାଜ୍ୟର ବିଭିନ୍ନ ଜିଲ୍ଲା କ୍ୟାଡରରେ ନିଯୁକ୍ତି ପାଇବାକୁ ଥିବା ୨୬୨୯ ଶିକ୍ଷକ ପଦର ଅନଲାଇନ୍ ଆପ୍ଲିକେସନକୁ ନେଇ ଆସିଛି ଏକ ବଡ଼ ଖବର । ଅନଲାଇନ୍ ଆବେଦନ ପାଇଁ ପୂର୍ବରୁ ସ୍ଥିର ହୋଇଥିବା ତାରିଖ ପରିବର୍ତ୍ତନ କରାଯାଇଛି । ଏପ୍ରିଲ ମାସ ପହିଲାରୁ ଅନଲାଇନ୍ ରେଜିଷ୍ଟ୍ରେସନ ଆରମ୍ଭ ହୋଇ ୨୫ରେ ସମାପ୍ତ ହେବା ଓ ଏପ୍ରିଲ ୩୦ ସୁଦ୍ଧା ଅନଲାଇନ୍ ଆପ୍ଲିକେସନ୍ ସବମିସନ୍ ପାଇଁ ତାରିଖ ରହିଥିଲା । ତେବେ ନୂଆ ଶିଡ୍ୟୁଲ ନେଇ ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ ଓଏସଏସସି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚିତ କରାଯାଇଛି ନୂଆ ଶିଡ୍ୟୁଲ ମୁତାବକ, ମେ ୧ ତାରିଖରୁ ଅନଲାଇନ୍ ରେଜିଷ୍ଟ୍ରେସନ ଆରମ୍ଭ ହୋଇ ମେ ୨୫ ତାରିଖରେ ସରିବ । ସେହିପରି ମେ ୩୧ ଅନଲାଇନ୍ ସବମିସନର ଶେଷ ତାରିଖ ରହିଛି । ଅନ୍ୟ ସମସ୍ତ ନିୟମ ପୂର୍ବ ବିଜ୍ଞପ୍ତି ଅନୁଯାୟୀ ଅପରିବର୍ତ୍ତିତ ରହିବ ବୋଲି କୁହାଯାଇଛି । ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି (ଏସସି) ଓ ଅନୁସୂଚିତ ଜନଜାତି (ଏସଟି) ବିଭାଗ ଅଧିନରେ ସରକାରୀ ସ୍କୁଲମାନଙ୍କରେ ବିଭିନ୍ନ ବର୍ଗରେ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଟିଜିଟି (କଳା), ଟିଜିଟି (ବିଜ୍ଞାନ-ପିସିଏମ), ଟିଜିଟି (ବିଜ୍ଞାନ-ସିବିଜେଡ), ସଂସ୍କୃତ, ହିନ୍ଦି, ଶାରୀରିକ ଶିକ୍ଷା ଶିକ୍ଷକ (ପିଇଟି), ଜନଜାତି ଭାଷା ଶିକ୍ଷକ ଓ ସେବକ/ ସେବିକାଙ୍କୁ ନିଯୁକ୍ତି ଦିଆଯିବ ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post