ପ୍ରଚାର ମଇଦାନକୁ ଓହ୍ଲାଇଲେ ସୁଶାନ୍ତ ଓ ମନ୍ମଥ
ଭୁବନେଶ୍ବର ଲୋକସଭା ପାଇଁ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଆଜି ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଉତ୍ତର ଭୁବନେଶ୍ବର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଏମ୍ସିର ୧୭ ନମ୍ବର ୱାର୍ଡର ପଥରବନ୍ଧ ପଡ଼ିଆଠାରେ ଏକ ନିର୍ବାଚନୀ ସଭା ତଥା କର୍ମୀ ସମ୍ମିଳନୀରେ ସାମିଲ ହୋଇ ଡବଲ ଶଙ୍ଖରେ ଭୋଟ ଦେଇ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବାକୁ ଉପସ୍ଥିତ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏହି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିଥିଲେ ମଧ୍ୟ ବର୍ତ୍ତମାନର ବିଧାୟକ ସୁଶାନ୍ତ କୁମାର ରାଉତଙ୍କ ନେତୃତ୍ବରେ ଆଜିର ସଭା ଅନୁଷ୍ଠିତ ହୋଇଥିଲା। ବିଧାୟକ ଶ୍ରୀ ରାଉତ କହିଲେ, ମୁଖ୍ୟମନ୍ତ୍ରୀଙ୍କ ବିକାଶମୂଳକ ଯୋଜନା, ନିର୍ମଳ ଭାବମୂର୍ତ୍ତିକୁ ନେଇ ଲୋକଙ୍କୁ ସେବା ଯୋଗାଇ ଦିଆଯାଉଛି। ସ୍ତିବାସିନ୍ଦାଙ୍କଠାରୁ ଆରମ୍ଭ କରି ସହରବାସୀଙ୍କ ପାଇଁ ଏକାଧିକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ବିକାଶର ଏହି ଧାରା ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ସେ ମତବ୍ୟକ୍ତ କରିଥିଲେ।