ଆସୁଛି ସାଧାରଣ ନିର୍ବାଚନ । ଆଉ କେଇଟା ଦିନ ପରେ ନିର୍ବାଚନ ପାଇଁ କମ୍ପିବ ପୁରଠୁ ପଲ୍ଲୀ । ତେବେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ । ତେଣୁ ଏହି ୪ଟି ପର୍ଯ୍ୟାୟରେ କର୍ମଚାରୀମାନଙ୍କୁ ଛୁଟି ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି । ନିର୍ବାଚନ ସମୟରେ ବ୍ୟାଙ୍କ, ବ୍ୟାଙ୍କିଂ ସେକ୍ଟର ସହ ସରକାରୀ ଅଫିସ ଏବଂ କୋର୍ଟ ଇତ୍ୟାଦି ବନ୍ଦ ରହିବ । ଏ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି ।ଆସନ୍ତା ମାସରୁ ଓଡ଼ିଶାରେ ନିର୍ବାଚନ ଆରମ୍ଭ ହେବାକୁ ଯାଉଛି । ମେ’ ୧୩ ତାରିଖରେ ରାଜ୍ୟ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ହେବାକୁ ଥିବା ବେଳେ ପର୍ଯ୍ୟାୟକ୍ରମେ ମେ’ ୨୦, ୨୫ ଏବଂ ଜୁନ୍ ୧ ତାରିଖରେ ଓଡ଼ିଶାରେ ନିର୍ବାଚନ ମତଦାନ କରାଯିବ । ତେଣୁ କର୍ମଚାରୀମାନଙ୍କୁ ପର୍ଯ୍ୟାୟକ୍ରମେ ଭୋଟ ଦେବାକୁ ଛୁଟି ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ଲୋକସଭା ଓ ଓଡ଼ିଶା ବିଧାନ ସଭା ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ନିର୍ବାଚନ କାର୍ୟ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ମଞ୍ଜୁର କରିଛନ୍ତି । ନିର୍ବାଚନ ପରିଚାଳନାରେ ନିୟୋଜିତ କର୍ମଚାରୀମାନେ ନିର୍ବାହ କରୁଥିବା କାର୍ୟ୍ୟ କଷ୍ଟକର ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଯେଉଁ ସରକାରୀ କର୍ମଚାରୀମାନେ ସାଧାରଣ ନିର୍ବାଚନ, ୨୦୨୪ କାର୍ୟ୍ୟରେ ନିୟୋଜିତ ହେବେ, ସେମାନଙ୍କୁ ଡ୍ୟୁଟି ପରେ ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ଦିଆଯିବ। ସେହିପରି ଯେଉଁ ସରକାରୀ କର୍ମଚାରୀମାନଙ୍କୁ ସେମାନେ ଅବସ୍ଥାପିତ ମୁଖ୍ୟାଳୟଠାରୁ ଦୂରସ୍ଥାନରେ ଥିବା ନିଜ ମତଦାନ କେନ୍ଦ୍ରକୁ ଯାଇ ନିଜର ମତାଧିକାର ସାବ୍ୟସ୍ତ କରିବାର ଅଛି, ସେମାନଙ୍କୁ ପୂର୍ବ ନିର୍ବାଚନ ସମୟରେ ସର୍ବାଧିକ ଦୁଇଦିନ ପାଇଁ ସ୍ୱତନ୍ତ୍ର ସାମୟିକ ଛୁଟିକୁ ଅନୁମତି ପ୍ରଦାନ କରାଯାଇଛି ।ତେବେ ଯେଉଁ କର୍ମଚାରୀମାନେ କାର୍ୟ୍ୟରତ ମୁଖ୍ୟାଳୟଠାରୁ ଦୂରରେ ଥିବା ମତଦାନ କେନ୍ଦ୍ରରେ ନିଜର ମତାଧିକାର ସାବ୍ୟସ୍ତ କରିବାକୁ ଚାହୁଁଛନ୍ତି, କିନ୍ତୁ ସେଦିନ ସେମାନଙ୍କର କାର୍ୟ୍ୟାଳୟ ଥିବା ନିର୍ବାଚନ ମଣ୍ଡଳୀରେ ମତଦାନ ହେଉନଥିବାରୁ ଛୁଟି ପାଉନାହାଁନ୍ତି, ସେମାନଙ୍କୁ ମତଦାନ ପରବର୍ତ୍ତୀ ଦିନ ଆଉ ଗୋଟିଏ ଦିନ ପାଇଁ ସ୍ୱତନ୍ତ୍ର ସାମୟିକ ଛୁଟି ପ୍ରଦାନ କରାଯିବ। ମଞ୍ଜୁର ହେବାକୁ ଥିବା ଏହି ଛୁଟି ଗୁଡିକୁ ସ୍ୱତନ୍ତ୍ର ସାମୟିକ ଛୁଟି ଭାବରେ ବିବେଚନା କରାଯିବ । କ୍ୟାଲେଣ୍ଡର ବର୍ଷରେ ଜଣେ ସରକାରୀ କର୍ମଚାରୀଙ୍କ ପାଇଁ ଗ୍ରହଣୀୟ ୧୫ଦିନର କାଜୁଆଲ ଛୁଟି ଏବଂ ସ୍ପେଶାଲ କାଜୁଆଲ ଛୁଟିର ସମୁଦାୟ ଅବଧିରେ ଏହାକୁ ସାମିଲ କରାଯିବ ନାହିଁ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post