ଆଜି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ବନକ ଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ସ୍ୱତନ୍ତ୍ର ନୀତି ହେବ । ଗୁପ୍ତ ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ସଂଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।ଶ୍ରୀଜୀଉମାନଙ୍କ ଶ୍ରୀମୁଖ ଶୃଙ୍ଗାର ତଥା ବନକଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ଗର୍ଭଗୃହର ସମସ୍ତ ଦ୍ୱାର ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହରେ ପ୍ରବେଶ କରିବେ । ଏହାପରେ ବନକଲାଗି ଗୁପ୍ତ ନୀତି ସମାପନ ହେବ । ବନକଲାଗି ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହେବ । ମହାସ୍ନାନ ପରେ ଶ୍ରଦ୍ଧାଳୁମାନେ ପୁଣି ଶ୍ରୀବିଗ୍ରହମାନଙ୍କ ଦର୍ଶନ କରିପାରିବେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ