ଆଜି ପବିତ୍ର ଇଦ୍ ଉଲ ଫିତର। ସାରା ଭାରତରେ ଆଜି ଇଦ୍ ଉତ୍ସବ ପାଳନ ହେଉଛି। ରମଜାନ ମାସ ପୂରଣ ହେବା ପରେ ଆଜି ଇଦ ପାଳନ କରୁଛନ୍ତି ଇସଲାମ ଭାଇଭଉଣୀ। ମସଜିଦରେ ଇସଲାମ ଧର୍ମାବଲମ୍ବୀଙ୍କ ଗହଳି ଲାଗିଛି। ସମୂହ ନମାଜ ପାଠ କରୁଛନ୍ତି ମୁସଲମାନ ଭାଇଭଉଣୀ। ମାସେ ଧରି ରମଜାନ ପାଳନ ପରେ ତ୍ୟାଗର ଏହି ପର୍ବ ପାଳନ କରୁଛନ୍ତି ଇସଲାମ ଧର୍ମାବଲମ୍ବୀ।ପରସ୍ପରକୁ ଇଦର ଶୁଭେଚ୍ଛା ଜଣାଉଛନ୍ତି। ଓଡ଼ିଶାରେ ମଧ୍ୟ ବିଭିନ୍ନ ମସଜିଦରେ ଇଦ୍ ପାଳନ କରାଯାଉଛି। ସାଙ୍ଗସାଥୀ ଓ ବନ୍ଧୁବାନ୍ଧବଙ୍କ ସହ ଇଦ୍ ପାଳନ କରୁଛନ୍ତି ମୁସଲମାନ ସମ୍ପ୍ରଦାୟ। ମୁସଲମାନ ଭାଇଭଉଣୀମାନେ ସମୂହ ନମାଜ ପାଠ କରିବା ସହ ପରସ୍ପରକୁ ଆଲିଙ୍ଗନ କରି ଇଦ୍ ର ଶୁଭେଚ୍ଛା ଜଣାଇଛନ୍ତି ।ରାଜଧାନୀ ଭୁବନେଶ୍ଵର ଓ ଭାଇଚାରାର ସହର କଟକରେ ବିଭିନ୍ନ ସମ୍ପ୍ରଦାୟର ଲୋକ ମିଳିତ ଭାବରେ ଇଦ୍ ଶୁଭେଚ୍ଛା ଜଣାଉଛନ୍ତି।ଇଦ୍ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ ଜରିଆରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଇଦ୍ ଉଲ୍ ଫିତର ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post