ରଦ୍ଦ ହେଲା ଦୁଇ ବିଧାୟକଙ୍କ ସଭ୍ୟ ପଦ
ରଦ୍ଦ ହେଲା ଦୁଇ ବିଧାୟକଙ୍କ ସଭ୍ୟ ପଦ । ଅରବିନ୍ଦ ଢାଲି ଏବଂ ପ୍ରେମାନନ୍ଦ ନାୟକଙ୍କ ବିଧାନସଭା ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ସମ୍ବିଧାନର ନିୟମ ମୁତାବକ କାର୍ଯ୍ୟାନୁଷ୍ଠାନ ନେବା ସହିତ ବାଚସ୍ପତି ପ୍ରମିଳା ମଲ୍ଲିକ ଜୟଦେବ ବିଧାୟକ ଓ ତେଲକୋଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି । ତେବେ ନିକଟରେ ଏହି ଦୁଇ ବିଧାୟକ ବିଜେଡି ଛାଡି ବିଜେପିରେ ସାମିଲ ହେଇଥିଲେ । ଏପରିକି ଅରବିନ୍ଦ ଢାଲିଙ୍କୁ ବିଜେପି ଜୟଦେବ ଆସନରୁ ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ମଧ୍ୟ ଘୋଷଣା କରିଥିଲା । ଅନ୍ୟପଟେ ପ୍ରେମାନନ୍ଦ ମଧ୍ୟ ଟିକେଟ୍ ପାଇବା ପାଇଁ ରେସରେ ଅଛନ୍ତି ।