ବଢିବ ତାତି, ଉପରମୁହାଁ ହେବ ପାରଦ । ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏପରିକି ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୧୫ ଡିଗ୍ରୀ ଯାଏ ବଢିବ ବୋଲି ମଧ୍ୟ ସୂଚନା ଦିଆଯାଇଛି । ଆସନ୍ତା ୧୭ ତାରିଖରୁ ୨୦ ତାରିଖ ଚାରିଦିନ ପର୍ଯ୍ୟନ୍ତ ଲାଗି ରହିବ ସାଂଘାତିକ ସ୍ଥିତି । ଏଥିପାଇଁ ପିକ୍ ସମୟ ଘୋଷଣା କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ବହୁ ସ୍ଥାନରେ ୪୩ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଛୁଇଁବାର ସମ୍ଭାବନା ରହିଛି । ଏଥିସହ ପ୍ରବଳ ଗୁଳୁଗୁଳି ମଧ୍ୟ ଅନୁଭୂତ ହେବ ।ଉଷ୍ମ ଓ ଆର୍ଦ୍ର ପାଣିପାଗ ସ୍ଥିତି ପାଇଁ କଟକ, ନୟାଗଡ଼, ଅନୁଗୋଳ, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଏବଂ ମାଲକାନଗିରି ଜିଲ୍ଲାପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୫ ତାରିଖରେ କଟକ, ନୟାଗଡ଼, ଅନୁଗୋଳ, ବୌଦ୍ଧ, ବଲାଙ୍ଗୀର, କୋରାପୁଟ ଓ ମାଲକାନଗିରି ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗବିଭାଗ ।୧୬ ଓ ୧୭ରେ ୧୩ ଜିଲ୍ଲାରେ ହିଟ୍ୱେଭ୍ ସ୍ଥିତି ଲାଗି ରହିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିବାବେଳେ ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଲାଗି ରହିବ ବୋଲି ସୂଚନା ମଧ୍ୟ ଦିଆଯାଇଛି । ଏବେ ରାଜ୍ୟକୁ ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଥିବାରୁ ତାପମାତ୍ରାରେ ବୃଦ୍ଧି ଘଟୁଛି । ଆଗକୁ ଅସହ୍ୟ ତାତି ଓ ଗୁଳୁଗୁଳି ଶରୀର ପାଇଁ ଘାତକ ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇ ଦେଇଛି । ସେପଟେ ଏପ୍ରିଲ ମାସରେ ୭୨ ବର୍ଷରେ ସବୁଠୁ ଥଣ୍ଡାଦିନ ଗୁରୁବାର ଅନୁଭୂତ ହୋଇଥିଲା । ଅନ୍ୟପକ୍ଷରେ ଗରମ ସମୟରେ ଦିନ ତାପମାତ୍ରା ସହ ରାତିର ତାପମାତ୍ରା ମଧ୍ୟ ୩ରୁ ୪ ଡିଗ୍ରୀ ବୃଦ୍ଧି ହେବାର ସମ୍ଭାବନା ରହିଛି ।
Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ