ନିର୍ବାଚନ ପାଇଁ ଆଜି ସଂକଳ୍ପ ପତ୍ର ଜାରି କଲା ଭାଜପା। ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ମୋଦିଙ୍କ ସହ ଭାଜପା ସଭାପତି ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉପସ୍ଥିତ ଅଛନ୍ତି।ସଂକଳ୍ପ ପତ୍ର ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧନ କରି କହିଛନ୍ତି, ଆଜିର ଦିନ ଅତ୍ୟନ୍ତ ଶୁଭ, ଅନେକ ରାଜ୍ୟରେ ନବବର୍ଷ ପାଳନ ହେଉଛି। ଓଡ଼ିଶାରେ ପଣା ସଂକ୍ରାନ୍ତି ପାଳନ ହେଉଛି। ଏଭଳି ଶୁଭ ଦିନରେ ଭାଜପା ନିଜର ସଂକଳ୍ପ ପତ୍ର ଜାରି କରିଛି। ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ସଂକଳ୍ପ ପୂରଣ କରିବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ବହୁତ ଶୀଘ୍ର ଭାରତ ଅଲିମ୍ପିକ୍ସ ଆୟୋଜନ କରିବ ବୋଲି ମୋଦି ପହିଛନ୍ତି।ତେବେ ସଂକଳ୍ପ ପତ୍ରରେ ଡିଗ୍ନିଟି ଅଫ ଲାଇଫ ଓ କ୍ବାଲିଟି ଅଫ ଲାଇଫକୁ ଫୋକସ କରିଛି।ଆସନ୍ତା ୫ ବର୍ଷ ଯାଏଁ ମାଗଣା ରାସନ ଜାରି ରହିବ ବୋଲି କୁହାଯାଇଛି। ଦେଶରେ ଜନ ଔଷଧି କେନ୍ଦ୍ରର ବିସ୍ତାର ହେବ। ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ କରାଯିବ। ପାଇପ ଯୋଗେ ଘରେ ଘରେ ଶସ୍ତାରେ ଗ୍ୟାସ ପହଞ୍ଚିବ। ମୁଦ୍ରା ଯୋଜନାରେ ୨୦ ଲକ୍ଷ ପର୍ଯ୍ୟନ୍ତ ଋଣ ବୃଦ୍ଧି କରାଯିବ। ଗରିବଙ୍କ ପାଇଁ ଆହୁରି ୩ କୋଟି ଆବାସ ନିର୍ମାଣ ହେବ। ୩ କୋଟି ଭଉଣୀଙ୍କୁ ଲକ୍ଷପତି ଦିଦି ଭାବେ ମାନ୍ୟତା ଦିଆଯିବ। ମହିଳା ଖେଳାଳିଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post