ଖଣିଜ ପାଣ୍ଠି ବ୍ୟବସ୍ଥାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ

ସୋସିଆଲ ମିଡିଆରେ ପୁଣି ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ କେନ୍ଦ୍ରମନ୍ତ୍ରୀ । ଖଣିଜ ପାଣ୍ଠି ବ୍ୟବସ୍ଥାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି, ମୋଦୀ ସରକାର ଜିଲ୍ଲା ଖଣିଜ ପାଣ୍ଠି ଯୋଜନାରେ ସୁନ୍ଦରଗଡ଼କୁ ୬ହଜାର ୪୦୫ କୋଟି ଟଙ୍କା ଆସିଥିବା ବେଳେ ସେଥିରୁ ମାତ୍ର ୮୬୦ କୋଟି ଟଙ୍କା ବ୍ୟୟ ହୋଇଛି । ଜିଲ୍ଲା ଖଣିଜ ପାଣ୍ଠି ଅର୍ଥରେ ରାଉରକେଲା ପୁଲିସ୍ ଇନୋଭା ଗାଡ଼ି କିଣୁଥିବା ଧର୍ମେନ୍ଦ୍ର ପ୍ରଧାନ ଅଭିଯୋଗ କରିଛନ୍ତି । ଏହାସହ ସୁନ୍ଦରଗଡ଼ ସର୍କିଟ ହାଉସର ପାଚେରୀ ନିର୍ମାଣ ହେଉଥିବା ବେଳେ ଲହୁଣିପଡ଼ା ବ୍ଲକ ଅନ୍ତର୍ଗତ ବଡ଼ପୁରୁଣାପାଣି ପଂଚାୟତ କପଣ୍ଡ ଗ୍ରାମରେ ରାସ୍ତା ନିର୍ମାଣ ହୋଇପାରୁନାହିଁ । ଯେଉଁଥିପାଇଁ ଗ୍ରାମବାସୀ ନିଜେ ରାସ୍ତା ନିର୍ମାଣ କରୁଛନ୍ତି, ଯାହା କ୍ଷୋଭ ଓ ପରିତାପର ବିଷୟ ବୋଲି କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି । ସରକାର ତଥା ଜିଲ୍ଲା ପ୍ରଶାସନ ନିଜ ଦାୟିତ୍ୱରୁ ଓହରିଯିବା କେତେଦୂର ଯୁକ୍ତିଯୁକ୍ତ ବୋଲି ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।