ଦିନ ତାପମାତ୍ରା ବଢ଼ିବାରେ ଲାଗିଛି। ଆଗାମୀ ଦିନରେ ଏହି ପବନର ପ୍ରଭାବ ଆହୁରି ବୃଦ୍ଧି ପାଇପାରେ। ଫଳରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୪ରୁ ୬ ଡିଗ୍ରି ବଢ଼ିବା ସହ କିଛି ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ (ହିଟ୍ୱେଭ୍) ପରିସ୍ଥିତି ଉପୁଜିବ। ତାହାକୁ ନଜରରେ ରଖି ୧୮ ତାରିଖ ପର୍ଯ୍ୟନ୍ତ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପକ୍ଷରୁ ହିଟ୍ୱେଭ୍ ସହ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଓଡ଼ିଶାର ଅଧା ଜିଲ୍ଲା ପ୍ରଭାବିତ ହେବାକୁ ଥିବାରୁ ଲୋକେ ସତର୍କତା ଅବଲମ୍ବନ କରିବାକୁ ମଧ୍ୟ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ୧୫ ତାରିଖରେ କଟକ, ନୟାଗଡ଼, ଢେଙ୍କାନାଳ, ଭଦ୍ରକ ଓ ଯାଜପୁରରେ ହିଟ୍ୱେଭ୍ ସହ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରଚଣ୍ଡ ଗରମ ଅନୁଭୂତ ହେବ। ୧୬ରୁ ୧୮ ତାରିଖ ମଧ୍ୟରେ କଟକ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ହିଟ୍ୱେଭ୍ ପରିସ୍ଥିତି ଦେଖାଦେବ। ଅଧିକାଂଶ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରି ଟପିବା ସହ ଗୋଟିଏ ଦୁଇଟି ସ୍ଥାନରେ ପାରଦ ୪୫ ଡିଗ୍ରି ଛୁଇଁପାରେ। ତେଣୁ ଏହି ସମୟରେ ମଦ୍ୟପାନ, ଚା’, କଫି, ମୃଦୁପାନୀୟ, ଉଚ୍ଚ ପୃଷ୍ଟିସାର ଖାଦ୍ୟ, ବାସିଖାଦ୍ୟ ସେବନ ନ କରିବା, ଛୋଟପିଲା ଓ ପୋଷା ଜୀବଜନ୍ତୁଙ୍କୁ ପାର୍କିଂ ଗାଡ଼ି ଭିତରେ ନ ଛାଡ଼ି ଯିବାକୁ କୁହାଯାଇଛି। ପିକ୍ ଆୱାର(ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୩ଟା)ରେ ନିର୍ବାଚନ ସମ୍ପର୍କିତ ଶୋଭାଯାତ୍ରା, ସଭାରେ ଯୋଗଦେବାଠାରୁ ଦୂରେଇ ରହିବା ଲାଗି ସତର୍କ କରାଯାଇଛି।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Next Post