ଦୀର୍ଘ ୭ ମାସ ହେଲା ଯୁଦ୍ଧ ଯୋଗୁଁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗି ରହିଛି। ଏହାକୁ ନେଇ ବିଶ୍ବବାସୀ ଚିନ୍ତିତ ଥିବା ବେଳେ ଗତକାଲି ରାତିରେ ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରିସ୍ଥିତିକୁ ବିସ୍ଫୋରକ କରିଦେଇଛି। ସିରିଆରେ ଇରାନୀ ଦୂତାବାସ ଉପରେ ଇସ୍ରାଏଲୀ ଆକ୍ରମଣର ପ୍ରତିଶୋଧ ନେବାକୁ ଯାଇ ଗତରାତିରେ ଇସ୍ରାଏଲ ଉପରେ ପ୍ରଚଣ୍ଡ ଆକ୍ରମଣ କରିଛି। ଏହି ଆକ୍ରମଣରେ ୩୦୦ରୁ ଅଧିକ ଅସ୍ତ୍ରବାହକ ଡ୍ରୋନ୍ ଓ କ୍ଷେପଣାସ୍ତ୍ର ପ୍ରୟୋଗ କରାଯାଇଛି। ଆକ୍ରମଣ ୫ ଘଣ୍ଟା ଧରି ଚାଲିଥିଲା। ତେବେ ଆମେରିକା ସହାୟତାରେ ଇସ୍ରାଏଲ ଏହି ଆକ୍ରମଣକୁ ବିଫଳ କରିଦେଇଛି। ଇସ୍ରାଏଲ କହିଛି ଯେ ୯୯ ପ୍ରତିଶତ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ରକୁ ଆକାଶ ମାର୍ଗରେ ହିଁ ନଷ୍ଟ କରିଦିଆଯାଇଛି। ଏଥିରେ ଇସ୍ରାଏଲର କୌଣସି କ୍ଷତି ହୋଇନାହିଁ। ଅନ୍ୟପକ୍ଷରେ ଏହି ଆକ୍ରମଣକୁ ନେଇ ମଧ୍ୟପ୍ରାଚ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଇସ୍ରାଏଲ ଜବାବୀ କାର୍ଯ୍ୟାନୁ୍ଷ୍ଠାନ ସ୍ବରୂପ ଇରାନ ଉପରେ ଆକ୍ରମଣ କରିପାରେ ବୋଲି କୁହାଯାଉଛି। ଇସ୍ରାଏଲ ଆକ୍ରମଣ କଲେ ପରିସ୍ଥିତି ଅସମ୍ଭାଳ ହୋଇପଡ଼ିବ ବୋଲି କୁହାଯାଉଛି।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post