ଶ୍ରୀମନ୍ଦିରରେ ପବିତ୍ର ମହାବିଷୁବ ସଂକ୍ରାନ୍ତି ପାଳନ ପୂର୍ବକ ନୂଆ ପାଞ୍ଜି ପ୍ରଚଳନ ହୋଇଛି। ତେବେ ପ୍ରଚଳିତ ପାଞ୍ଜିରେ ପର୍ବପର୍ବାଣିର ତିଥି, ନକ୍ଷତ୍ର, ଗ୍ରହଚଳନକୁ ନେଇ ଅଡ଼ୁଆ ସ୍ଥିତି ଉପୁଜିଛି। ଚଳିତବର୍ଷ ଗୋଟିଏଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ପଡୁଛି। ତେଣୁ ଚଳିତବର୍ଷ ଭକ୍ତମାନେ ନବଯୌବନ ଦର୍ଶନ କରିବା ସୌଭାଗ୍ୟରୁ ବଞ୍ଚିତ ହେବା ସମ୍ଭାବନା ଦେଖାଦେଇଛି। ଏଣୁ ପୂର୍ବରୁ ଏଭଳି ସଂଯୋଗ ବେଳେ କେଉଁଭଳି ନୀତିକାନ୍ତି କରାଯାଇଛି, ତାର ତର୍ଜମା ପରେ ପଟିଦିଅଁଙ୍କଠାରୁ ଆଜ୍ଞାମାଳ ଆଣି ସିଂହଦ୍ୱାରକୁ ତିନିରଥର ବିଜେ ପର୍ବ ସମ୍ପନ୍ନ କରିବାକୁ ନିଷ୍ପତ୍ତି ହୋଇଛି। ଗତ ଫେବ୍ରୁଆରିରେ ଶ୍ରୀମନ୍ଦିର ପାଞ୍ଜି ସମନ୍ବୟ ବୈଠକ ବସିଥିଲା। ଏଥିରେ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀଙ୍କ ସହ ମୁକ୍ତିମଣ୍ଡପ ପଣ୍ଡିତସଭାର ବ୍ରାହ୍ମଣ ଓ ଅନ୍ୟ ପାଞ୍ଜିର ଗଣନାକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ବିସ୍ତୃତ ଆଲୋଚନା ପରେ ଶ୍ରୀମନ୍ଦିର ନୀତିକାନ୍ତି ଚୂଡ଼ାନ୍ତ ହୋଇଥିଲା। ଶ୍ରୀମନ୍ଦିର ପ୍ରଶାସନ ସୂଚନା ମୁତାବକ, ଚଳିତବର୍ଷ ଅଣସର ନୀତି ୧୫ ଦିନ ପରିବର୍ତ୍ତେ ୧୩ ଦିନ ପଡ଼ୁଛି। ଉଭାଯାତ୍ରା ଓ ନେତ୍ରୋତ୍ସବ ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ପଡ଼ୁଛି। ଶ୍ରୀଗୁଣ୍ଡିଚା ଯାତ୍ରା ପୂର୍ବରାତ୍ରିରୁ ଅନେକ ନୀତିକାନ୍ତି ରହିଥିବାରୁ ସମୟ ଅଭାବ ଓ ନୀତି ଶୃଙ୍ଖଳା ପାଇଁ ନବଯୌବନ ଦର୍ଶନ ବନ୍ଦ ରହିବା ସମ୍ଭାବନା ରହିଛି।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Prev Post
Next Post