ଶ୍ରୀମନ୍ଦିରରେ ପବିତ୍ର ମହାବିଷୁବ ସଂକ୍ରାନ୍ତି ପାଳନ ପୂର୍ବକ ନୂଆ ପାଞ୍ଜି ପ୍ରଚଳନ ହୋଇଛି। ତେବେ ପ୍ରଚଳିତ ପାଞ୍ଜିରେ ପର୍ବପର୍ବାଣିର ତିଥି, ନକ୍ଷତ୍ର, ଗ୍ରହଚଳନକୁ ନେଇ ଅଡ଼ୁଆ ସ୍ଥିତି ଉପୁଜିଛି। ଚଳିତବର୍ଷ ଗୋଟିଏଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ପଡୁଛି। ତେଣୁ ଚଳିତବର୍ଷ ଭକ୍ତମାନେ ନବଯୌବନ ଦର୍ଶନ କରିବା ସୌଭାଗ୍ୟରୁ ବଞ୍ଚିତ ହେବା ସମ୍ଭାବନା ଦେଖାଦେଇଛି। ଏଣୁ ପୂର୍ବରୁ ଏଭଳି ସଂଯୋଗ ବେଳେ କେଉଁଭଳି ନୀତିକାନ୍ତି କରାଯାଇଛି, ତାର ତର୍ଜମା ପରେ ପଟିଦିଅଁଙ୍କଠାରୁ ଆଜ୍ଞାମାଳ ଆଣି ସିଂହଦ୍ୱାରକୁ ତିନିରଥର ବିଜେ ପର୍ବ ସମ୍ପନ୍ନ କରିବାକୁ ନିଷ୍ପତ୍ତି ହୋଇଛି। ଗତ ଫେବ୍ରୁଆରିରେ ଶ୍ରୀମନ୍ଦିର ପାଞ୍ଜି ସମନ୍ବୟ ବୈଠକ ବସିଥିଲା। ଏଥିରେ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀଙ୍କ ସହ ମୁକ୍ତିମଣ୍ଡପ ପଣ୍ଡିତସଭାର ବ୍ରାହ୍ମଣ ଓ ଅନ୍ୟ ପାଞ୍ଜିର ଗଣନାକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ବିସ୍ତୃତ ଆଲୋଚନା ପରେ ଶ୍ରୀମନ୍ଦିର ନୀତିକାନ୍ତି ଚୂଡ଼ାନ୍ତ ହୋଇଥିଲା। ଶ୍ରୀମନ୍ଦିର ପ୍ରଶାସନ ସୂଚନା ମୁତାବକ, ଚଳିତବର୍ଷ ଅଣସର ନୀତି ୧୫ ଦିନ ପରିବର୍ତ୍ତେ ୧୩ ଦିନ ପଡ଼ୁଛି। ଉଭାଯାତ୍ରା ଓ ନେତ୍ରୋତ୍ସବ ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ପଡ଼ୁଛି। ଶ୍ରୀଗୁଣ୍ଡିଚା ଯାତ୍ରା ପୂର୍ବରାତ୍ରିରୁ ଅନେକ ନୀତିକାନ୍ତି ରହିଥିବାରୁ ସମୟ ଅଭାବ ଓ ନୀତି ଶୃଙ୍ଖଳା ପାଇଁ ନବଯୌବନ ଦର୍ଶନ ବନ୍ଦ ରହିବା ସମ୍ଭାବନା ରହିଛି।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post