ଆଉ କିଛି ସମୟ ପରେ ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପଡ଼ିବ ଭୋଟ୍। ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ। ତାମିଲନାଡ଼ୁର ସମସ୍ତ ୩୯ ସିଟ୍, ରାଜସ୍ଥାନର ୧୨, ଉତ୍ତର ପ୍ରଦେଶର ୮, ମଧ୍ୟପ୍ରଦେଶର ୬, ଆସାମ-ମହାରାଷ୍ଟ୍ର-ଉତ୍ତରାଖଣ୍ଡର ୫ଟି ଲେଖାଏଁ ସିଟରେ ଭୋଟିଂ ହେବ। ସେହିପରି ପୁଡ଼ୁଚେରୀ, ଲାକ୍ଷାଦୀପ, ଜମ୍ମୁକାଶ୍ମୀର, ଆଣ୍ଡାମାନ ଓ ନିକୋବର ଦ୍ୱୀପର ଗୋଟିଏ ଲେଖାଏଁ ସିଟରେ ବି ମତଦାନ କରିବେ ଜନ ସାଧାରଣ। ଏହାବାଦ ଛତିଶଗଡ଼ର ମାଓପ୍ରବଣ ବସ୍ତରରେ ବି ପ୍ରଥମ ପର୍ଯ୍ୟାୟରେ ଭୋଟ୍ ପଡ଼ିବ। ପ୍ରଥମ ପର୍ଯ୍ୟାୟ ବିଗ୍ ଫାଇଟରେ ଭାଗ୍ୟ ପରୀକ୍ଷା ଦେବେ ବିହାର ଜାମୁଇରୁ ଏଲଜେପି ମୁଖ୍ୟ ଚିରାଗ ପାଶୱାନ, ମଧ୍ୟପ୍ରଦେଶ ଛିନ୍ଦୱାଡାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ପୁଅ ନକୁଲ ନାଥ ଓ କୋଏମ୍ବାଟୁରରୁ ତାମିଲନାଡୁ ବିଜେପି ମୁଖ୍ୟ କେ. ଆନ୍ନାମଲାଇ। ପ୍ରଥମ ପର୍ଯ୍ୟାୟରେ ଚେନ୍ନାଇ ସାଉଥରୁ ତେଲେଙ୍ଗାନାର ପୂର୍ବତନ ରାଜ୍ୟପାଳ ଟି. ସୁନ୍ଦରରାଜନ, ଥୁଥୁକୁଡିରୁ କାନିମୋଇ ଏବଂ କୁଚବେହାରରୁ ନିଶିଥ ପରମାଣିକଙ୍କ ଭଳି ଅନେକ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା ହେବ। ଏନେଇ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
Trending
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ