କେନ୍ଦ୍ର ଓ ରାଜ୍ୟ ସରକାର ଉପରେ ବର୍ଷିଲେ ରାହୁଲ ଗାନ୍ଧୀ
ନବୀନ ବାବୁ କିଛି ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି। ଏହାର ଫାଇଦା କିଛି ଲୋକଙ୍କୁ ମିଳୁଛି। ଓଡ଼ିଶାକୁ ପାଣ୍ଡିଆନ୍ ଚଳାଉଛନ୍ତି। ଏକଥା କହି ବିଜେଡି ସରକାର ଉପରେ ବର୍ଷିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସେ ଆହୁରି କହିଛନ୍ତି, ପେହଲି ନୌକରୀ ପକ୍କି’ ଯୋଜନା ଆଣିବ କଂଗ୍ରେସ। ସମସ୍ତ ବେକାର ଯୁବକଯୁବତୀଙ୍କୁ ଚାକିରି ଗ୍ୟାରେଣ୍ଟି ଦେଉଛୁ। ସରକାରଙ୍କୁ କେହି ଚାକିରି ମାଗିଲେ ନିଶ୍ଚିତ ଚାକିରି ମିଳିବ। ଚାକିରି ମାଗିବା କ୍ଷଣି ବର୍ଷକ ପାଇଁ ଆପ୍ରେଣ୍ଟିସିପ୍ ଦିଆଯିବ। ଦେଶର ସବୁ ଗରିବ ପରିବାରର ଜଣେ ଜଣେ ମହିଳାଙ୍କୁ ବଛାଯିବ। ଉକ୍ତ ମହିଳାଙ୍କ ବ୍ୟାଙ୍କ ଖାତାକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ପ୍ରତି ମାସରେ ୮ ହଜାର ୫ ଶହ ଟଙ୍କା ମହିଳାଙ୍କ ଖାତାକୁ ଯିବ।