ପ୍ରଥମେ ମାର୍ଚ୍ଚ ୧୨ରୁ ଏପ୍ରିଲ ୧୬ ମଧ୍ୟରେ ଆବେଦନ ପାଇଁ ସ୍ଥିର ହୋଇଥିଲା । ଏହାପରେ ଅନଲାଇନ୍ ଆବେଦନ ଅବଧିକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା । ଏବେ ପୁଣି ମେ ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । କିଛି ବୈଷୟିକ ତ୍ରୁଟି କାରଣରୁ ଏପରି ନିଷ୍ପତ୍ତି ନିଆଯାଇଛି । ଅନ୍ୟ ସମସ୍ତ ତଥ୍ୟ ଅପରିବର୍ତ୍ତିତ ରହିବ । ଏନେଇ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।ସୂଚନାଯୋଗ୍ୟ ଯେ, ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ଥିବା ସରକାରୀ ଡିଗ୍ରୀ କଲେଜମାନଙ୍କରେ ଓଡ଼ିଶା ଶିକ୍ଷା ସେବା (କଲେଜ ବ୍ରାଞ୍ଚ)ର ଗ୍ରୁପ-୧ ପଦରେ ପ୍ରାର୍ଥୀଙ୍କୁ ବିଭିନ୍ନ ବିଷୟରେ ସହକାରୀ ପ୍ରଫେସରଙ୍କୁ ନିଯୁକ୍ତି ପ୍ରଦାନ କରାଯିବ । ମୋଟ ୩୮୫ଟି ପଦ ଖାଲି ରହିଥିବା ବେଳେ ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ବର୍ଗ (ଏସଇବିସି), ଅଣସଂରକ୍ଷିତ ଆଦି ବିଭିନ୍ନ ବର୍ଗର ପ୍ରାର୍ଥୀଙ୍କ ପାଇଁ ପଦ ସଂରକ୍ଷିତ ରହିଛି ।ପ୍ରାର୍ଥୀଙ୍କୁ କେମିଷ୍ଟ୍ରି, କମର୍ସ, କମ୍ପ୍ୟୁଟର ସାଇନ୍ସ, ଏଜୁକେସନ, ଅର୍ଥନୀତି, ଓଡ଼ିଆ, ଫିଜିକ୍ସ, ସାଇକୋଲୋଜି, ସୋସିଓଲୋଜି, ରାଜନୀତି ବିଜ୍ଞାନ, ଇତିହାସ, ଭୂଗୋଳ, ହୋମ ସାଇନ୍ତସ, ଜିଓଲୋଜି, ଇଂରାଜୀ ଆଦି ୧୯ଟି ବିଷୟରେ ସହକାରୀ ପ୍ରଫେସର ପଦରେ ନିଯୁକ୍ତି ଦିଆଯିବ । ଆବେଦନର ଅନ୍ତିମ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୧ରୁ ୪୫ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ ହେବ । ପ୍ରାର୍ଥୀ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ମାଷ୍ଟର ଡିଗ୍ରୀ ସହିତ ୫୫ ପ୍ରତିଶତ ମାର୍କ ରଖିଥିବେ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post