ପ୍ରଥମେ ମାର୍ଚ୍ଚ ୧୨ରୁ ଏପ୍ରିଲ ୧୬ ମଧ୍ୟରେ ଆବେଦନ ପାଇଁ ସ୍ଥିର ହୋଇଥିଲା । ଏହାପରେ ଅନଲାଇନ୍ ଆବେଦନ ଅବଧିକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା । ଏବେ ପୁଣି ମେ ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । କିଛି ବୈଷୟିକ ତ୍ରୁଟି କାରଣରୁ ଏପରି ନିଷ୍ପତ୍ତି ନିଆଯାଇଛି । ଅନ୍ୟ ସମସ୍ତ ତଥ୍ୟ ଅପରିବର୍ତ୍ତିତ ରହିବ । ଏନେଇ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।ସୂଚନାଯୋଗ୍ୟ ଯେ, ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ଥିବା ସରକାରୀ ଡିଗ୍ରୀ କଲେଜମାନଙ୍କରେ ଓଡ଼ିଶା ଶିକ୍ଷା ସେବା (କଲେଜ ବ୍ରାଞ୍ଚ)ର ଗ୍ରୁପ-୧ ପଦରେ ପ୍ରାର୍ଥୀଙ୍କୁ ବିଭିନ୍ନ ବିଷୟରେ ସହକାରୀ ପ୍ରଫେସରଙ୍କୁ ନିଯୁକ୍ତି ପ୍ରଦାନ କରାଯିବ । ମୋଟ ୩୮୫ଟି ପଦ ଖାଲି ରହିଥିବା ବେଳେ ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ବର୍ଗ (ଏସଇବିସି), ଅଣସଂରକ୍ଷିତ ଆଦି ବିଭିନ୍ନ ବର୍ଗର ପ୍ରାର୍ଥୀଙ୍କ ପାଇଁ ପଦ ସଂରକ୍ଷିତ ରହିଛି ।ପ୍ରାର୍ଥୀଙ୍କୁ କେମିଷ୍ଟ୍ରି, କମର୍ସ, କମ୍ପ୍ୟୁଟର ସାଇନ୍ସ, ଏଜୁକେସନ, ଅର୍ଥନୀତି, ଓଡ଼ିଆ, ଫିଜିକ୍ସ, ସାଇକୋଲୋଜି, ସୋସିଓଲୋଜି, ରାଜନୀତି ବିଜ୍ଞାନ, ଇତିହାସ, ଭୂଗୋଳ, ହୋମ ସାଇନ୍ତସ, ଜିଓଲୋଜି, ଇଂରାଜୀ ଆଦି ୧୯ଟି ବିଷୟରେ ସହକାରୀ ପ୍ରଫେସର ପଦରେ ନିଯୁକ୍ତି ଦିଆଯିବ । ଆବେଦନର ଅନ୍ତିମ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୧ରୁ ୪୫ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ ହେବ । ପ୍ରାର୍ଥୀ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ମାଷ୍ଟର ଡିଗ୍ରୀ ସହିତ ୫୫ ପ୍ରତିଶତ ମାର୍କ ରଖିଥିବେ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post