ଭୁବନେଶ୍ୱର ଲୋକସଭା ଆସନରୁ ବିଜେଡିର ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହା ପୂର୍ବରୁ ଗୁରୁବାର ସକାଳୁ ମନ୍ମଥଙ୍କୁ ନେଇ ରାଜନୈତିକ ମହଲ ତଥା ସୋସିଆଲ ମିଡ଼ିଆରେ ଚର୍ଚ୍ଚା ଆରମ୍ଭ ହୋଇଛି।ନାମାଙ୍କନ ପତ୍ର ଦାଖଲ କରିବା ପୂର୍ବରୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି। ପ୍ରଭୁଙ୍କ ଦର୍ଶନ ସମୟରେ ସେ ଶଙ୍ଖ ଫୁଙ୍କିବା ସହ ପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ। ଏହାପରେ ମନ୍ମଥ ଶ୍ରୀଲିଙ୍ଗରାଜ ମନ୍ଦିରଠାରୁ ଖୋର୍ଦ୍ଧା ପର୍ଯ୍ୟନ୍ତ ଦୌଡିଛନ୍ତି।ତାଙ୍କ ସହ ତାଙ୍କର ସମର୍ଥକମାନେ ମଧ୍ୟ ଯାଉଥିବାର ଦେଖାଯାଇଛି। ସେ ଗୁରୁବାର ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିବେ। ମନ୍ମଥ ରାଉତରାୟ କାହିଁକି ଦୌଡ଼ିଛନ୍ତି ଏହାକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post