ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

naveen

ମେଟ୍ରୋ ଟିଭି ଓଡିଶା (୧ .୩ .୨୦୨୨) :

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡିର ବିପୁଳ ବିଜୟ ହୋଇଛି। ଏହାକୁ ନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ହୃଦୟର ସହ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ବିଜୟୀ ଦଳୀୟ ପ୍ରାର୍ଥୀ ଓ କର୍ମୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ନିଜ ଟ୍ୱିଟରରେ ଲେଖିଛନ୍ତି, ‘‘ଅକୁଣ୍ଠ ଭଲ ପାଇବା ଦେଇ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ରେ ବିଜୁ ଜନତା ଦଳକୁ ବିଜୟୀ କରିଥିବାରୁ ସମସ୍ତଙ୍କୁ ମୋର ଆନ୍ତରିକ ଧନ୍ୟବାଦ।

ଏହି ଜନମତ ସେବା ପାଇଁ ଆମ ସଂକଳ୍ପକୁ ଆହୁରି ଦୃଢ଼ କରିଛି। ବିଜୟୀ ଦଳୀୟ ପ୍ରାର୍ଥୀ ଓ ଉତ୍ସର୍ଗୀକୃତ କାର୍ଯ୍ୟ ଜରିଆରେ ବିଜେଡିକୁ ଆନ୍ଦୋଳନରେ ପରିଣତ କରିଥିବା ସମସ୍ତ କର୍ମୀଙ୍କୁ ମୋର ଶୁଭେଚ୍ଛା’’।