ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ଶୁକ୍ଳ ତୃତୀୟା ଦିନକୁ ଅକ୍ଷୟ ତୃତୀୟା ବୋଲି କୁହାଯାଏ । ଏହି ଦିନକୁ ଔପଚାରିକ ଭାବେ କୃଷକ ଦିବସ ଭାବେ ମଧ୍ୟ ଜଣାଯାଏ । କାରଣ କୃଷକ ଏହି ଦିନର ଅମୃତ ବେଳାରେ ଅକ୍ଷିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ ଦେଇଥାଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ। ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି ବୋଲି କୁହାଯାଏ । କେବଳ ସେତିକି ନୁହେଁ ଏହି ଦିନ ଅତ୍ୟନ୍ତ ଶୁଭ ହୋଇ ଥିବାରୁ ଗୃହନିର୍ମାଣ, ନିର୍ବନ୍ଧ, ବିବାହ ଆଦି ଶୁଭକାର୍ଯ୍ୟ ଅନୁଷ୍ଠିତ ହୁଏ ।ରଥନିର୍ମାଣର ଶୁଭାନୁକୂଳ ଏହି ଦିନରେ ହିଁ ହୋଇଥାଏ । ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ ଧଉରା କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ । ସେଥିଲାଗି ଆଜି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସୋତ୍ରୀୟ ବ୍ରାହ୍ମଣଙ୍କ ମନ୍ତ୍ରଧ୍ବିନିରେ ବିଶ୍ବକର୍ମାମାନେ ୩ଟି ଧଉରା କାଠରେ ରଥ ନିର୍ମାଣର ଶୁଭାରମ୍ଭ କରିବେ। ଏତଦବ୍ୟତୀତ ଏହି ଦିନଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା ଆରମ୍ଭ ହୁଏ । ଓଡ଼ିଶାର ଅନ୍ୟ ସ୍ଥାନରେ ମଧ୍ୟ ଚନ୍ଦନ ଯାତ୍ରା ପାଳନ କରାଯାଏ । ଆଜି ୨୧ ଦିନିଆ ବାହାର ଚନ୍ଦନଯାତ୍ରା ଯିବେ ଠାକୁର। ଏଥିପାଇଁ ଚୂଡାନ୍ତ ପର୍ଯ୍ୟାୟ ପହଞ୍ଚିଛି ପ୍ରସ୍ତୁତି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post