ପାଗର ପରିବର୍ତ୍ତନ ନାହିଁ!

ରାଜ୍ୟରେ ପାଗରେ ବିଶେଷ ପରିବର୍ତ୍ତନ ହେବାର ନାହିଁ। ଆଗାମୀ ୫ ଦିନ ରାଜ୍ୟର କାଁ ଭାଁ ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱର୍ଣିଁ ଜାରି କରାଯାଇଛି। ଆଗାମୀ ୨୪ ଘଣ୍ଟାରେ କେଉଁଝର, ବାଲେଶ୍ଵର, ମୟୂରଭଞ୍ଜ , କେନ୍ଦ୍ରାପଡ଼ା ଭଦ୍ରକରେ ଗୋଟେ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ।ଏହା ସହ ଉତ୍ତର ଓ ଦକ୍ଷିଣ ଉପକୂଳ ଅଞ୍ଚଳରେ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ପବନର ବେଗ ୩୦ରୁ ୪୦ କିମି ଘଣ୍ଟା ପ୍ରତି ରହିବ। ଏଭଳି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି।