ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପୁରୀରେ ତାଙ୍କର ଏକ ରୋଡ୍ ସୋ’ କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ସଂଧ୍ୟା ୬ଟାରେ ଭୁବନେଶ୍ବରରେ ପହଞ୍ଚିବେ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ। ରାଜଭବନରେ ରାତ୍ରୀଯାପନ କରିବେ। ୨୦ ତାରିଖରେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ନେବେ। ପରେ ଏକ ରୋଡ୍ ସୋ’ରେ ସାମିଲ ହେବେ। ସକାଳ ସାଢ଼େ ୯ଟାରେ ଅନୁଗୁଳ ଓ ସାଢ଼େ ୧୧ଟାରେ କଟକ ଜିଲ୍ଲା ପଡ଼ିଆରେ ଜନସଭାକୁ ସମ୍ବୋଧିତ କରିବେ। ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତାକାଲି ୩ଟି ଜନସଭାକୁ ସମ୍ବୋଧିତ କରିବେ। ସକାଳ ୧୦ଟାରେ ସମ୍ବଲପୁର ରେଢ଼ାଖୋଲର ନାକଟିଦେଉଳ, ୧୧ଟା ୪୦ରେ କେନ୍ଦୁଝରର ପାଟଣା ଓ ଅପରାହ୍ଣ ସାଢ଼େ ଗୋଟାଏରେ ଖୋର୍ଦ୍ଧାଠାରେ ଜନସଭାକୁ ସମ୍ବୋଧିତ କରିବେ। ଅପରାହ୍ଣ ୨ଟା ୫୫ରେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post