ନୂଆପଡ଼ା ଜିଲ୍ଲା କୋମନା ଥାନା ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ସମୟରେ ୪ ଲକ୍ଷ ଟଙ୍କାର ୨ ହଜାର ଟଙ୍କିଆ ନୋଟ୍ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଥିବା ଜଣାଯାଇଛି। ମାଓ କ୍ୟାମ୍ପରୁ ୪ ଲକ୍ଷ ମୂଲ୍ୟର ୨ ହଜାର ନୋଟ୍ ସହ ଦେଶୀ ବନ୍ଧୁକ ଓ ୪ ଗୁଳି ଜବତ ମଧ୍ୟ ହୋଇଛି।ସୂଚନା ଅନୁସାରେ, ଗତକାଲି ଶିବନାରାୟଣପୁର ଜଙ୍ଗଲରେ ୨୦ରୁ ୩୦ ନକ୍ସଲ ସଂଗଠିତ ହୋଇଥିବା ଗୋଇନ୍ଦା ସୂତ୍ରରୁ ଖବର ପାଇ ସ୍ବତନ୍ତ୍ର ସୁରକ୍ଷା ବାହିନୀର (ଏସ୍ଓଜି) ସର୍ଚ୍ଚ ଅପରେସନରେ ବାହାରିଥିଲେ। ସେତେବେଳକୁ ରାତି ପ୍ରାୟ ୩ଟା ସମୟ। ଯବାନଙ୍କୁ ଦେଖି ନକ୍ସଲମାନେ ଗୁଳି ଚଳାଇଥିଲେ। ଯବାନମାନେ ମଧ୍ୟ ପାଲଟା ଗୁଳିଚାଳନା କରିଥିଲେ। ତେବେ, ନକ୍ସଲଙ୍କ ଗୁଳିରେ ଏସ୍ଓଜି ଯବାନ ପ୍ରକାଶ ସାଇ ଆହତ ହୋଇଥିଲେ। ତାଙ୍କ ବେକରେ ଗୁଳି ଲାଗିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଛତିଶଗଡ଼ର ଗରିଆବନ୍ଧ ମୁଖ୍ୟ ଡାକ୍ତରଖାନା ପରେ ରାୟପୁର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ଥିବା ଜଣାଯାଇଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post