ଛେଣ୍ଡିପଦାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଧର୍ମେନ୍ଦ୍ର କହିଛନ୍ତି, ୨୫ ତାରିଖରେ ଏ ଅଞ୍ଚଳରେ ପରିବର୍ତ୍ତନ ନିଶ୍ଚୟ ହେବ । ୨୪ ବର୍ଷର ଅପାରଗ ସରକାର ବଦଳିବ, ଆଗାମୀ ଦିନରେ ଓଡ଼ିଶାରେ ପରିବର୍ତ୍ତନ ହେବ । ବିରୋଧୀଙ୍କୁ ଟାର୍ଗେଟ କରି ଧର୍ମେନ୍ଦ୍ର କହିଛନ୍ତି, ଭୋଟରଙ୍କୁ ୧୦୦୦ ଟଙ୍କା ଲେଖାଏଁ ଦେଇ ମୋଦୀଙ୍କୁ ପ୍ରଧାନମନ୍ତ୍ରୀ କରାଇଦେବେନି ବୋଲି ଭାବୁଛନ୍ତି । କିନ୍ତୁ ଭୋଟର ମନସ୍ଥ କରିଛନ୍ତି ମୋଦୀଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀ କରିବେ । ଛେଣ୍ଡିପଦାକୁ ଅଗ୍ରଣୀ ଅଞ୍ଚଳ କରିବାର ଦାୟିତ୍ୱ ମୁଁ ନେବି ।ଓଡ଼ିଶାରେ ୨୪ ବର୍ଷ ହେବ ଶାସନ ଚାଲିଛି । କିନ୍ତୁ ଘରକୁ ପିଇବା ପାଣି ଆସୁନି, ଜମିକୁ ପାଣି ଆସୁନି, ସ୍କୁଲରେ ଶିକ୍ଷକ ନାହାନ୍ତି, ହସ୍ପିଟାଲରେ ଡାକ୍ତର ନାହାନ୍ତି । ମୁଖ୍ୟମନ୍ତ୍ରୀ କେବଳ ଏବେ ଭିଡ଼ିଓରେ ଆସୁଛନ୍ତି, ତାଙ୍କ ରିମୋଟ ତାମିଲ ବାବୁଙ୍କ ପାଖରେ ଅଛି । ଏଠିକାର ଯୁବକ ଦାଦନ ଖଟିବାକୁ ବାହାରକୁ ଯାଉଛନ୍ତି । ତେଣୁ ଏ ସରକାରକୁ ବଦଳାଇବାକୁ ଆହ୍ୱାନ ଦେଇଛନ୍ତି ଧର୍ମେନ୍ଦ୍ର । ବିଜେପି ସରକାର ଆସିଲେ ଧାନ କ୍ୱିଣ୍ଟାଲ ପ୍ରତି ୩୧୦୦ ଟଙ୍କା ମିଳିବ, ମହିଳାଙ୍କୁ ୫୦ ହଜାର ଟଙ୍କାର ଭାଉଚର ମିଳିବ, କେନ୍ଦୁପତ୍ର ବିଡା ୨ ଟଙ୍କା ହେବ ଓଡ଼ିଶାରେ ଓଡ଼ିଆ ଲୋକର ସରକାର ଦରକାର । ଜଣେ ଲୋକ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଚୋରି କରି ନେଇଗଲେ । ଏହାର ଚାବି ହଜିଗଲା । ତେଣୁ ରତ୍ନଭଣ୍ଡାର ଖୋଲିବା ସହ ଚିଟଫଣ୍ଡ କ୍ଷତିଗ୍ରସ୍ତକୁ ତାଙ୍କ ଟଙ୍କା ଫେରାଇବାକୁ ହେଲେ ଓଡ଼ିଶାରେ ପରିବର୍ତ୍ତନ କରି ବିଜେପି ସରକାର ଆଣିବାକୁ ହେବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ