ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଉପକୂଳ ଓଡ଼ିଶା ସମେତ ଗଜପତି, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଲାଗିରହିବ। ଏହାସତ୍ତ୍ବେ ଆସନ୍ତା ୨୫ ତାରିଖ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବଙ୍ଗୋପସାଗରରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବା ସହ ଉତ୍ତର-ପୂର୍ବ ଦିଗରେ ଗତି କରିବ। ୨୪ ତାରିଖ ସକାଳ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଅଧିକ ତୀବ୍ର ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିବ। ପ୍ରଭାବରେ ୨୨ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିମି ବେଗରେ ପବନ ହେବ। ସ୍ଥଳ ବିଶେଷରେ ପବନର ବେଗ ଘଣ୍ଟାପ୍ରତି ୫୫ କିମିରେ ପହଞ୍ଚିପାରେ। ୨୩ ତାରିଖ ବେଳକୁ କେନ୍ଦ୍ରୀୟ ଓ ସଂଲଗ୍ନ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ସହ ମଝିରେ ମଝିରେ ୬୦ କିମିରେ ଝଟକା ଦେବ। ୨୪ ତାରିଖ ସକାଳ ବେଳକୁ ଅବପାତଟି ଉତ୍ତର ବଙ୍ଗୋପସାଗରରେ ପହଞ୍ଚିଲା ବେଳକୁ ପବନର ବେଗ ୭୦ କିମିରେ ପହଞ୍ଚିଥିବ। ଏହି ସମୟରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନେ ୨୩ ତାରିଖଠାରୁ କେନ୍ଦ୍ରୀୟ ଓ ୨୪ ତାରିଖଠାରୁ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି ସେମାନେ ଫେରି ଆସିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post