ଆଫ୍ରିକୀୟ ଦେଶ ନାଇଜେରିଆର ଏକ ଗାଁ ଉପରେ ବନ୍ଧୁକଧାରୀମାନେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୪୦ ଜଣଙ୍କର ମୃତ୍ୟୁ ଘଟିଛି। ଅଭିଯୁକ୍ତମାନେ ଗାଁରେ ଆଖିବୁଜା ଭାବେ ଗୁଳି ଚଳାଇଥିଲେ। କେବଳ ଏତିକି ନୁହେଁ, ଅନେକ ଘରେ ନିଆଁ ଲଗାଇ ଦେଇଥିଲେ। ଅନେକ ଲୋକଙ୍କୁ ମଧ୍ୟ ଅପହରଣ କରାଯାଇଥିଲା। ଏଠାରେ କୃଷକ ଏବଂ ମେଷପାଳକଙ୍କ ମଧ୍ୟରେ ବାରମ୍ବାର ସଂଘର୍ଷ ଘଟେ। ଏହି ଘଟଣା ଉତ୍ତର-କେନ୍ଦ୍ରୀୟ ନାଇଜେରିଆରେ ଅବସ୍ଥିତ ପଠାରି ରାଜ୍ୟରେ ଘଟିଛି। ପୋଲିସର ମୁଖପାତ୍ର ଆଲଫ୍ରେଡ ଆଲାବୋ କହିଛନ୍ତି, ପଠାରି ବଙ୍ଗଲାଲ ଜଙ୍ଗଲରେ ସୁରକ୍ଷା ଏଜେଣ୍ଟଙ୍କ ଆକ୍ରମଣରୁ ପଳାୟନ କରୁଥିବା ଦୁର୍ବୃତ୍ତମାନେ ଜୁରାକ ଏବଂ ଡକାଇ ଗ୍ରାମ ଉପରେ ଆକ୍ରମଣ କରିଥିଲେ। ସୁରକ୍ଷା ଏଜେଣ୍ଟମାନେ ୭ ଜଣ ଆକ୍ରମଣକାରୀଙ୍କୁ ହତ୍ୟା କରିଥିଲେ।
Trending
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
Next Post