ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତଦୁଇ ରେଜଲ୍ଟ । ସେହିଦିନ ଅପରାହ୍ଣ ସମୟରେ ଫଳାଫଳ ପ୍ରକାଶ କରାଯିବ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇବ । ଏକ ସମୟରେ ସମସ୍ତ ପରୀକ୍ଷା ଫଳାଫଳ ପ୍ରକାଶ ପାଇବ ବୋଲି ପୂର୍ବରୁ ଚର୍ଚ୍ଚା ହେଉଥିଲା । ରେଜଲ୍ଟ ବାବଦରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ଏ ବାବଦରେ ସୂଚନା ଦିଆଯାଇଛି ।ସୂଚନାଯୋଗ୍ୟ ଯେ, ମେ ୧୫ ତାରିଖ ସୁଦ୍ଧା ଫଳାଫଳ ପ୍ରକାଶ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ପୂର୍ବରୁ ଯୋଜନା କରାଯାଇଥିଲେ ହେଁ ତାହା ସଫଳ ହୋଇ ପାରି ନଥିଲା । ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଜୁନ୍ ମାସ ପୂର୍ବରୁ ରେଜଲ୍ଟ ପ୍ରକାଶ କରିବାକୁ ପରିଷଦ ପକ୍ଷରୁ ପଦକ୍ଷେପ ନିଆଯାଉଥିବା କୁହାଯାଇଥିଲା । ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ଉତ୍ତରଖାତା ମୂଲ୍ୟାୟନରେ ବିଳମ୍ବ ହେବା ସହ ସାଧାରଣ ନିର୍ବାଚନ ପାଇଁ ପରୀକ୍ଷା ଫଳାଫଳ ପ୍ରସ୍ତୁତି ପ୍ରଭାବିତ ହୋଇଥିବା ପରିଷଦର ଜଣେ ଅଧିକାରୀ ସୂଚନା ଦେଇଥିଲେ ।
Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର