ରାଜ୍ୟରେ ଆଉ ଦୁଇଟି ପର୍ଯ୍ୟାୟ ନିର୍ବାଚନ ବାକି ରହିଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ୨୫ ତାରିଖରେ ହେବାକୁ ଥିବା ବେଳେ ୬ଟି ଲୋକସଭା ଓ ଏହା ଅଧୀନରେ ଆସୁଥିବା ୪୨ଟି ବିଧାନସଭା ଆସନରେ ପଡ଼ିବ ଭୋଟ । ଏଥିପାଇଁ ଆଜି ସରୁଛି ପ୍ରଚାର । ସେପଟେ ବିଜେପି ତୁଙ୍ଗ ନେତାଙ୍କ ତୁଫାନୀ ପ୍ରଚାର ଜାରି ରହିଛି । ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ୩ ଜଣ ହେଭିୱେଟ । ବିଭିନ୍ନ ସ୍ଥାନରେ ପ୍ରଚାର କରିବେ ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଯୋଗୀ ଆଦିତ୍ୟନାଥ ଆଜି ମାହାଙ୍ଗାରେ ଜନସଭାକୁ ସମ୍ବୋଧିତ କରିବେ । ବିଜେପି ପ୍ରାର୍ଥୀ ସୁମନ୍ତ ଘଡ଼ାଇଙ୍କ ପାଇଁ ଭୋଟ ଭିକ୍ଷା କରିବେ । ଯୋଗୀଙ୍କ ସଭା ପାଇଁ ନିଶ୍ଚିନ୍ତକୋଇଲି ବ୍ଲକ କୁଳିଆ ପଡ଼ିଆରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସେହିପରି ଜେପି ନଡ୍ଡା କରଂଜିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ଆସାମ ମୁକ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ସମ୍ବଲପୁର, ଦେବଗଡ଼, ଚମ୍ପୁଆ ଓ ବଡ଼ମ୍ବାରେ ପ୍ରଚାର କରିବେ ।
Trending
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
Prev Post
Next Post