ଓଡ଼ିଶା ହାଇକୋର୍ଟ ତରଫରୁ ଆସିଛି ଏକ ନିଯୁକ୍ତି ସୁଯୋଗ । ପୂର୍ବରୁ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ଏବେ ଜୁନିୟର ଷ୍ଟେନୋଗ୍ରାଫର ପଦ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ମେ ୨୦ ତାରିଖ ସକାଳ ୧୦ଟା ଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଜୁନ ମାସ ୧୮ ତାରିଖ ରାତି ୧୧.୫୯ ପର୍ଯ୍ୟନ୍ତ ଜାରି ରହିବ । ଇଚ୍ଛୁକ ପ୍ରାର୍ଥୀମାନେ ଆବେଦନ କରିବାକୁ ପୂର୍ବରୁ ନିମ୍ନୋକ୍ତ ପ୍ରଦତ୍ତ ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ମୋଟ ୩୫ଟି ପଦ ଖାଲି ରହିଥିବା ବେଳେ ସେଥିମଧ୍ୟରୁ ୧୨ଟି ପଦ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି । ଅଣସଂରକ୍ଷିତ ପାଇଁ ୧୦ଟି, ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ଶ୍ରେଣୀ (ଏସଇବିସି)ଙ୍କ ପାଇଁ ୫ଟି, ଅନୁସୂଚିତ ଜନଜାତି (ଏସଟି)ଙ୍କ ପାଇଁ ୧୨ଟି ଓ ଅନୁସୂଚିତ ଜାତି (ଏସସି)ଙ୍କ ପାଇଁ ୮ଟି ପଦ ଖାଲି ରହିଛି । ଚଳିତ ବର୍ଷ ମେ ମାସ ୧୪ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ଯୋଗ୍ୟତା ୨୧ ଓ ସର୍ବାଧିକ ବୟସ ଯୋଗ୍ୟତା ୩୨ ବର୍ଷ ହୋଇଥିବା ଆବଶ୍ୟକ
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post