ଓଡ଼ିଶା ଓ ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ)ରେ ନିଯୁକ୍ତି ପାଇବାକୁ ଥିବା ଜୁନିୟର ଆସିଷ୍ଟାଣ୍ଟ ପଦକୁ ନେଇ ଆସିଛି ବଡ଼ ଅପଡେଟ୍ । ଜୁନ ମାସ ୧୯ତାରିଖ (ବୁଧବାର) ଦିନ ଏହି ପଦର ପ୍ରିଲିମିନାରୀ ପରୀକ୍ଷା ଅନୁଷ୍ଠିତ ହେବ । ରାଜ୍ୟର ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, ଜୟପୁର ଓ ସମ୍ବଲପୁର ଏହି ୫ଟି ଜୋନରେ ପରୀକ୍ଷାର ଆୟୋଜନ କରାଯିବ । ୧୨ ତାରିଖରେ ୱେବସାଇଟରେ ଆଡମିଟ୍ କାର୍ଡ ଉପଲବଧ ହେବ । ପ୍ରାର୍ଥୀମାନେ ନିଜର ନିଜର ଜନ୍ମ ତାରିଖ ଓ ମୋବାଇଲ ନମ୍ବର ଦେଇ ତାହାକୁ ଡାଉନଲୋଡ୍ କରିପାରିବେ । ଏ ବାବଦରେ କୌଣସି ଜରୁରୀ ଅପଡେଟ୍ ବିଷୟରେ ଜାଣିବା ପାଇଁ ନିୟମିତ ଭାବେ ୱେବସାଇଟ୍ ପରିଦର୍ଶନ କରିବାକୁ ପ୍ରାର୍ଥୀଙ୍କୁ ପରାମର୍ଶ ଦିଆଯାଇଛି । ଏ ବାବଦରେ ରାଜ୍ୟ ଚୟନ ବୋର୍ଡ (ଏସଏସବି) ତରଫରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।
Trending
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
Next Post