ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ରେମାଲ’ ଆଜି ଭୀଷଣ ବାତ୍ୟାର ରୂପ ନେଇ ମଧ୍ୟରାତ୍ରିରେ ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳକୁ ସାଗର ଦ୍ୱୀପ ଓ ଖେପୁପରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିଛି। ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ପାଖାପାଖି ୧୨୦ କିଲୋମିଟର ରହିଥିବା ଜଣାପଡ଼ିଛି। ଆଜି ରାତି ୮ଟା ୩୦ରେ ‘ରେମାଲ’ ସାଗର ଦୀପଠାରୁ ୧୩୦ କିମି, ଖେପୁପରାଠାରୁ ୧୪୦ ଓ ମୋଙ୍ଗଲା(ବାଂଲାଦେଶ)ଠାରୁ ୧୬୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିଲା। ପଶ୍ଚିମବଙ୍ଗ ଉପକୂଳଠାରୁ ୭୦ କିମି ଦୂରରେ ସମୁଦ୍ର ଭିତରେ ଗତି କରିବା ସହିତ ଆହୁରି ଘନୀଭୂତ ହୋଇଥିଲା। ସେତେବେଳେ ପବନର ଘଣ୍ଟା ପ୍ରତି ବେଗ ୧୧୦ରୁ ୧୨୦ କିମି ରହିଥିଲା। ଲ୍ୟାଣ୍ଡଫଲ୍ ପରେ ବାଂଲାଦେଶ ଉପକୂଳ ଓ ସଂଲଗ୍ନ ପଶ୍ଚିମବଙ୍ଗରେ ତାଣ୍ଡବ ରଚିବା ଆରମ୍ଭ କରିଛି। ସ୍ଥଳ ଭାଗ ଅତିକ୍ରମ କରିବା ସମୟରେ ପବନର ଘଣ୍ଟା ପ୍ରତି ବେଗ ୧୧୦ରୁ ୧୨୦ କିମି ରହିଛି। ସ୍ଥଳ ବିଶେଷରେ ପବନର ବେଗ ୧୩୦ କିମି ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେପଟେ ବାତ୍ୟାକୁ ନେଇ ଆଜି ଦିନତମାମ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଘନ ଘନ ବୈଠକ କରାଯିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ଥିତିର ସମୀକ୍ଷା କରିଥିଲେ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା