୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୨୦ (୧୮.୮୯) ପଏଣ୍ଟ କମି ୭୫,୩୯୦ (୭୫,୩୯୦.୫୦) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୨୫ (୨୪.୬୫) ପଏଣ୍ଟ ହ୍ରାସ ଘଟି ୨୨, ୯୩୨ (୨୨,୯୩୨.୪୫)ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍ଇ ସେନସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନଏସ୍ଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Next Post