ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବାଣ ବିସ୍ଫୋରଣ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଘଟଣା ସମ୍ପର୍କରେ ପୋଷ୍ଟ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ରାଷ୍ଟ୍ରପତି । ମହାମହିମ କହିଛନ୍ତି, ପୁରୀରେ ଚନ୍ଦନ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟି କିଛି ଲୋକଙ୍କ ମୃତ୍ୟୁ ହୋଇଥିବା ଜାଣି ମୁଁ ଖୁବ୍ ଦୁଃଖିତ । ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।ଏପଟେ ଆହତଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ସମ ହସ୍ପିଟାଲ ଯାଇ ସେଠାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିବା ସହ ସେମାନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି । ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ବରିଷ୍ଠ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି । ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ମୃତକଙ୍କ ସମ୍ପର୍କୀୟଙ୍କୁ ୪ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ପୁରୀ ବାଣ ବିସ୍ଫୋରଣ ଘଟଣାରେ ଏପର୍ଯ୍ୟନ୍ତ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି