ପୁରୀରେ ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟଣା । ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ମିଳିବ ୪ଲକ୍ଷ ଟଙ୍କାର ସହାୟତା ରାଶି । ଏହା ସହ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ଭୁବନେଶ୍ୱର ସମ୍ ହସ୍ପିଟାଲ ଯାଇ ସେଠାରେ ଚିକିତ୍ସିତ ହେଉଥିବା ଆଗତଙ୍କୁ ଭେଟିଥିଲେ । ସେମାନଙ୍କ ଚିକିତ୍ସା ବ୍ୟବସ୍ଥାରେ ରହିଥିବା ଡାକ୍ତରଙ୍କ ସହ ଆଲୋଚନା କରିଥିଲେ । ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ଏବେ ମୃତକଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିବା ସହ ପୁରୀ ବାଣ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଏହି ତଦନ୍ତ କରିବେ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା