ନିର୍ବାଚନ ଫଳାଫଳ ଘୋଷଣା ପରବର୍ତ୍ତୀ ଆଇନଶୃଙ୍ଖଳା ସ୍ଥିତି ନେଇ ଓଡ଼ିଶା ପୋଲିସର ପ୍ରସ୍ତୁତି । ଏନେଇ ସଜାଗ ରହିବା ସହ ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ପୋଲିସ ଡିଜି ଅରୁଣ ଷଡଙ୍ଗୀଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷକରି ନିର୍ବାଚନ ଫଳାଫଳ ଘୋଷଣା ପରେ ହେବାକୁ ଥିବା ଶୋଭାଯାତ୍ରା କିମ୍ବା ସାଧାରଣ ଯାତ୍ରା ଉପରେ ସ୍ୱତନ୍ତ୍ର ନଜର ରଖିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ସତର୍କ କରାଯାଇଛି । ବିଜୟୀ ପ୍ରାର୍ଥୀ ଓ ପ୍ରତିପକ୍ଷ ଯେପରି ମୁହାଁମୁହିଁ ନହୁଅନ୍ତି ସେଥିପାଇଁ ଶୋଭାଯାତ୍ରା ବା ସଭା ପାଇଁ ସ୍ୱତନ୍ତ୍ର ରୁଟ୍ ଓ ସ୍ଥାନ ନିର୍ଦ୍ଧାରଣ କରିବାକୁ ପ୍ରସ୍ତୁତି ଚାଲିଛି । ଶୋଭାଯାତ୍ରା ଓ ସଭା ସ୍ଥଳରେ ସ୍ୱତନ୍ତ୍ର ବାହିନୀ ଜଗି ରହିବେ ବୋଲି ଡିଜିପି ନିର୍ଦେଶ ଦେଇଛନ୍ତି । ଫଳାଫଳ ଜଣାପଡିବା ପରେ କୌଣସି ପ୍ରକାର ଅପ୍ରିତିକର ପରିସ୍ଥିତିକୁ ଏଡାଇବା ପାଇଁ ପର୍ଯ୍ୟାପ୍ତ ଦଙ୍ଗା ମୁକାବିଲା ସାମଗ୍ରୀ ଓ ପାଣିମାଡ଼ କରୁଥିବା ଗାଡି ଉପରେ ଗୁରୁତ୍ୱାରୋପ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post
Next Post