ରାଜ୍ୟରେ ବନ୍ଦ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) । ବିଏସକେୱାଇ ବଦଳରେ ରାଜ୍ୟରେ କେନ୍ଦ୍ର ସରକାରଙ୍କର ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ । ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଘୋଷଣା କରିଛନ୍ତି ।ମନମୋହନ କହିଛନ୍ତି, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧିନରେ ଲୋକଙ୍କୁ କମ୍ ସୁବିଧା ମିଳୁଥିଲା । ମାତ୍ର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ପରେ ଲୋକମାନେ ଅଧିକ ସୁବିଧା ପାଇ ପାରିବେ । କେନ୍ଦ୍ର ସରକାରଙ୍କ ଏହି ଯୋଜନା ଦ୍ୱାରା ଲୋକମାନେ ବିଶେଷ ଭାବେ ଉପକୃତ ହୋଇପାରିବେ । ୬ ତାରିଖ ଦିନ ନେତା ଚୟନ ପାଇଁ ଯେଉଁ ଦିନ ଧାର୍ଯ୍ୟ ହୋଇଥିଲା ତାହା ଟିକେ ବିଳମ୍ବ ହୋଇପାରେ । ବିଜେପିର ସଂସଦୀୟ ବୋର୍ଡ ଯେଉଁ ନିଷ୍ପତ୍ତି ନେବେ, ତାହା ଫାଇନାଲ ହେବ । ଆସନ୍ତା ୧୦ ତାରିଖରେ ଜଣେ ଓଡ଼ିଆ ପୁଅ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ସେ କହିଛନ୍ତି ।ସୂଚନାଯୋଗ୍ୟ ଯେ, ବିଜେଡି ସରକାର ସମୟରେ ରାଜ୍ୟ ସରକାର ବିଏସକେୱାଇ ଲାଗୁ କରିଥିଲେ । ଏହା ମାଧ୍ୟମରେ ଗରିବ ଓ ମଧ୍ୟବିତ୍ତ ପରିବାରର ଲୋକଙ୍କୁ ସରକାରୀ ଓ ଘରୋଇ ହସ୍ପିଟାଲରେ ମାଗଣା ଚିକିତ୍ସା ସୁବିଧା ମିଳୁଥିଲା । ମାତ୍ର ଚଳିତ ବର୍ଷର ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ବିଏସକେୱାଇକୁ ନେଇ ଅନେକ ଅଭିଯୋଗ ଆସିଥିଲା ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post