ଶରୀର ଗଠନରେ ଖାଦ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଉପାଦାନ। ପ୍ରକୃତି ବିଭିନ୍ନ ପ୍ରକାରର ଖାଦ୍ୟ ସୃଷ୍ଟି କରିଛି, ଯେଉଁଥିରେ କୋଷ ଏବଂ ଶରୀରର ଟିସୁ ଗଠନ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥା ଅତ୍ୟାବଶ୍ୟକ ପୋଷକ ତତ୍ତ୍ୱ ରହିଥାଏ। ତେଣୁ ଶକ୍ତି ପାଇବା ପାଇଁ ଶରୀରକୁ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ଖାଇବା ଆବଶ୍ୟକ। କିନ୍ତୁ ଖାଦ୍ୟ ଯଦି ଦୂଷିତ ହୋଇଯାଏ, ତାହା ଶରୀରରେ ଅନେକ ପ୍ରକାରର ରୋଗ ସୃଷ୍ଟି କରେ। ବିଶ୍ୱରେ ୧୦ ଜଣଙ୍କ ମଧ୍ୟରୁ ଜଣେ ଦୂଷିତ ଖାଦ୍ୟ ଖାଇବା ପରେ ଅସୁସ୍ଥ ହୋଇଯାଆନ୍ତି ଏବଂ ପ୍ରତିବର୍ଷ ୪୨୦,୦୦୦ ମୃତ୍ୟୁବରଣ କରନ୍ତି। ଖାଦ୍ୟର ଗୁଣ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ନିମନ୍ତେ ପ୍ରତିବର୍ଷ ବିଶ୍ୱ ଖାଦ୍ୟ ସୁରକ୍ଷା ଦିବସ ଜୁନ ୭ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ। ୭ ଜୁନ ୨୦୧୯ରେ ପ୍ରଥମ ଥର ପାଇଁ ବିଶ୍ୱ ଖାଦ୍ୟ ଦିବସ ପାଳନ କରାଯାଇଥିଲା, ଯାହା ଖାଦ୍ୟ ସୁରକ୍ଷା ଚ୍ୟାଲେଞ୍ଜର ମୁକାବିଲା ପାଇଁ ବିଶ୍ୱ ଉଦ୍ୟମରେ ଏକ ମାଇଲଖୁଣ୍ଟ ଭାବରେ ପରିଗଣିତ ହୋଇଛି। ଚଳିତବର୍ଷ ଖାଦ୍ୟ ସୁରକ୍ଷା ଦିବସର ବିଷୟବସ୍ତୁ ‘ଖାଦ୍ୟ ସୁରକ୍ଷା: ଯେକୌଣସି ପରିସ୍ଥିତି ପାଇଁ ପ୍ରସ୍ତୁତି’ ରହିଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post