୧୭ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ
ରାଜ୍ୟରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି । ଏହି ସମୟରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩ରୁ ୪୪ ଡିଗ୍ରୀ ସେଲ୍ସିୟସ୍ ଛୁଇଁବାର ସମ୍ଭାବନା ରହିଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ଆଜି ପାଇଁ ବରଗଡ଼, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।