ଦେଶରେ ପୁଣିଥରେ ମୋଦି ସରକାର ଆସିବା ପରେ ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଥିଲା । ରବିବାର ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାର ଶପଥ ନେଇଥିବା ବେଳେ ଏହାର ପ୍ରଭାବ ସେୟାର ମାର୍କେଟ ଉପରେ ପଡ଼ିଛି । ସୋମବାର ମାର୍କେଟ ଜୋରଦାର୍ ବୃଦ୍ଧି ସହିତ ଖୋଲି ଥିଲା । ଏଥିସହିତ ସମସ୍ତ ରେକର୍ଡ ଭାଙ୍ଗି ୭୭,୦୦୦ ପଏଣ୍ଟରେ ପହଞ୍ଚିଯାଇଥିଲା ।ଦେଶରେ ଏନ୍ଡିଏ ସରକାର ଗଠନ ହୋଇସାରିଛି । ନରେନ୍ଦ୍ର ମୋଦି ତୃତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହାର ପ୍ରଭାବରୁ ସେୟାର ବଜାର ଇତିହାସ ରଚିଥିଲା । ସପ୍ତାହର ଆରମ୍ଭ ଦିନରୁ ବିଏସଇର ସେନ୍ସେକ୍ସ ୩୨୩.୬୪ ଅଙ୍କ ବୃଦ୍ଧି ପାଇ ପ୍ରଥମଥର ପାଇଁ ୭୭,୦୦୦ ଅଙ୍କ ପାର କରିଥିଲା। ଆଜି ୭୭,୦୧୭ ପଏଣ୍ଟରେ ମାର୍କେଟ ଖୋଲିଥିଲା। ଅନ୍ୟପଟେ ନିଫ୍ଟିରେ ମଧ୍ୟ ବୃଦ୍ଧି ହୋଇ ୧୦୫ ଅଙ୍କ ବୃଦ୍ଧି ପାଇ ୨୩,୪୦୦ରେ ଖୋଲିଥିଲା।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post