ଭାଜପା ଏହି ଶପଥ ସମାରୋହରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛି। ନବୀନ ନିବାସ ଯାଇ ନିମନ୍ତ୍ରଣ ଭାଜପାର ୫ ବରିଷ୍ଠ ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନିମନ୍ତ୍ରଣ ଦେଇଛନ୍ତି। ଏନେଇ ମନମୋହନ କହିଛନ୍ତି ନବୀନ ବାବୁ ଶପଥ ଗ୍ରହଣ ଉତ୍ସବରେ ନିଶ୍ଚିତ ପହଞ୍ଚିବେ।ଅନ୍ୟପଟେ ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍ପେନ୍ସ ଲାଗିରହିଛି। ତେବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁକୁ ନେଇ ଆଜି ସ୍ପଷ୍ଟ ହୋଇଯିବ। ଏସବୁ ଭିତରେ ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଥିବା ବେଳେ ଆଜି ସେମାନେ ଓଡ଼ିଶା ଗସ୍ତରେ ଆସି ଭାଜପା ବିଧାୟକ ଦଳ ବୈଠକରେ ଯୋଗ ଦେବେ। ଏହାପରେ କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ସେ ତର୍ଜମା କରିବେ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ